ଆଜିର ରାଶିଫଳ (୧୨/୩, ଗୁରୁବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଆର୍ଥିକ ଉନ୍ନତି କରିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବୃଷ- କୃଷ୍ଣପକ୍ଷ ପଞ୍ଚମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଉତ୍ତେଜନା ପରିସ୍ଥିତି ରହିବ। ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ମିଥୁନ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କର୍ମ ସମ୍ପାଦନ କରିବେ। ସାଂସାରିକ ସୁଖ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭଅଙ୍କ-୩, ଶୁଭରଙ୍ଗ-ହଳଦିଆ ।

ସିଂହ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ। ସାଂସାରିକ ଖର୍ଚ୍ଚାନ୍ତ ଯୋଗ ରହିଛି। ମହିଳାମାନେ ଅସ୍ଥିରମନା ରହିବେ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କନ୍ୟା- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ସାଂସାରିକ ବନ୍ଧୁବାନ୍ଧବଙ୍କର ସହଯୋଗ ମିଳିବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ତୁଳା-କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ସ୍ୱଳ୍ପ ଲାଭ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ସୁଖ ସମ୍ମାନ ପ୍ରାପ୍ତି ହେବ। ସାଂସାରିକ ଉଚ୍ଚ ଆଶା ସଫଳ ହେବ। ରାଜନୀତିରେ ନେତୃତ୍ୱ ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ଧନୁ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ହେବ। ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ମକର- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି। ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ। ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କୁମ୍ଭ-ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ବହୁଳ ରହିବ। ସାଂସାରିକ ଅଭାବ ଅସୁବିଧା ରହିବ। ମହିଳାମାନେ ଅପଯଶ ପାଇବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ।

ମୀନ-ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପ୍ରଶଂସା ପାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ। ମହିଳାମାନେ ସମ୍ମାନ ପାଇବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୦୧/୧୨ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୩୦/୧୧, ସୋମବାର)

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଚଳିତ ସପ୍ତାହର ରାଶିଫଳ

ଆଜିର ରାଶିଫଳ (୨୯/୧୧,ରବିବାର)