ଆଜିର ରାଶିଫଳ (୧୫/୧୧,ଶୁକ୍ରବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦୃଢ଼ ମନୋବଳ ପାଇଁ ଉନ୍ନତିର ଶୀର୍ଷରେ ପହଞ୍ଚିବେ। ସାଂସାରିକ ସୁଖ ସମ୍ମାନ ପାଇବେ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ। ସାଂସାରିକ ଉନ୍ନତି କରିବେ। ମହିଳାମାନେ ଆଦର ସମ୍ମାନ ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ। ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ।

ମିଥୁନ- ଶୁକ୍ଳପକ୍ଷ ନବମରେ ଘାତଚନ୍ଦ୍ର କାରଣରୁ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିବେ । ଚାକିରିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ। ସାଂସାରିକ ଅଶାନ୍ତି ରହିବ। ମହିଳାମାନେ ଅପଯଶ ପାଇବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ। ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ। ଶୁଭ ଅଙ୍କ-୩ ଶୁଭ ରଙ୍ଗ-କ୍ରିମ୍‌।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ସାଂସାରିକ ପରିଶ୍ରମୀ ହେବେ। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ତୁଳା- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ନୂତନ ଯୋଜନା କାର୍ଯ୍ୟକାରୀ ହେବ। ସାଂସାରିକ ସୁଖୀ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ବିଛା- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ। ସାଂସାରିକ ଖର୍ଚ୍ଚାନ୍ତ ରହିବ। ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ। ସାଂସାରିକ ସୁଖ ସମ୍ମାନ ପାଇବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ମକର- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ହଠାତ୍‌ ଅର୍ଥପ୍ରାପ୍ତି ହୋଇପାରେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ସ୍ୱପ୍ନ ସାକାର ହେବ। ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭାନ୍ୱିତ ହେବେ। ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ମୀନ- ଘାତଚନ୍ଦ୍ର କାରଣରୁ ବିଷମ ପରିସ୍ଥିତି ରହିବ। ସାଂସାରିକ ଆର୍ଥିକ ଚିନ୍ତ ରହିବ। ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୫/ ୧୧ ବୁଧବାର)

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି