ଆଜିର ରାଶିଫଳ (୧୮/ ୮, ରବିବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବିଶିଷ୍ଟ ବ୍ୟକ୍ତିଭ୍‌କ ସଂଗେ ସମ୍ପର୍କ ସ୍ଥାପନ ଓ ସହଯୋଗ ପାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ଘାତଚନ୍ଦ୍ର କାରଣରୁ କୌଣସି ବିଷୟକୁ ନେଇ ଦୁଶ୍ଚିନ୍ତାରେ ରହିବେ । ସାଂସାରିକ ଅର୍ଥାଭାବ ଓ ଅବହେଳା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ବାଧାବିଘ୍ନ ଆସିପାରେ । ସାଂସାରିକ ଶତ୍ରୁ ବୃଦ୍ଧି ଓ ଅଶାନ୍ତି ରହିବ । ଚାକିରିରେ ବିଘ୍ନ ଆସିପାରେ । ସାଂସାରିକ ଶତ୍ରୁ ବୃଦ୍ଧି ଓ ଅଶାନ୍ତି ରହିବ । ଚାକିରିରେ କାର୍ଯ୍ୟଭାର ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଅସଫଳ ହୋଇପାରନ୍ତି । ଶୁଭଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ସିଂହ-ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସବୁରି କାର୍ଯ୍ୟରେ ଅଗ୍ରଗତି କରିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ପରିଶ୍ରମୀ ହେବେ । ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ତୁଳା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ସମସ୍ୟା ବହୁଳ ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ବିଛା-କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବାରମ୍ବାର ଚେଷ୍ଟା କରି ସଫଳ ପାଇବେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ସଫଳତା ପାଇବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌୍‌ ।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଆର୍ଥିକ ପରିବର୍ତ୍ତନ ଆସିବ । ରାଜନୀତିରେ ଓ ପ୍ରଶାସନିକ ସକ୍ରିୟ ରହିବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ମକର- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆର୍ଥିକ ବିଷୟକୁ ନେଇ ବିବାଦ ଉପୁଜିପାରେ । ସାଂସାରିକ ବିରକ୍ତିମନା ରହିବେ । ରାଜନୀତିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଘାତଚନ୍ଦ୍ର କାରଣରୁ ବିଷମ ପରିସ୍ଥିତି ଦେଇ ଗତି କରିବେ । ସାଂସାରିକ ଦ୍ରବ୍ୟାଦି ହାନି ଓ ଅର୍ଥାଭାବ ରହିବ । ମହିଳାମାନେ ଅପଯଶ ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୦/୧୦ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୧୯/୧୦, ସୋମବାର)

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଏହି ସପ୍ତାହର ସମ୍ପୂର୍ଣ୍ଣ ରାଶିଫଳ

ଆଜିର ରାଶିଫଳ (୧୮/୧୦,ରବିବାର)