ଆଜିର ରାଶିଫଳ (୨୦/୯,ଶୁକ୍ରବାର)

ମେଷ- କୃଷ୍ଣଚନ୍ଦ୍ର ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଅସ୍ଥିରମନା ରହିବେ । ମହିଳାମାନେ ଆଳସ୍ୟ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

ବୃଷ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟ ବିଳାସପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଯଶକୀର୍ତ୍ତି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ପାଇବେ । ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶୀ ।

ମିଥୁନ- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ମନ୍ଥରତା ଦେଖାଦେବ । ସାଂସାରିକ କିଛିଟା ଅର୍ଥ ପ୍ରାପ୍ତିଯୋଗ ରହିଛି । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

କର୍କଟ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ସିଂହ- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସବୁରୀ କ୍ଷେତ୍ରରେ ଜୟ ଲାଭ କରିବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

କନ୍ୟା- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରାୟତଃ ସବୁ କାର୍ଯ୍ୟରେ ବ୍ୟୟ ବୃଦ୍ଧି ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ତୁଳା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସହାୟ ମନେ ହେବ । ସାଂସାରିକ ଶତୃ ବୃଦ୍ଧି ଓ ଅଶାନ୍ତି ଦେଖାଦେବ । ·କିରିରେ ଅବହେଳା ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା- ସପ୍ତମରେ ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସମାପନ କରିବେ । ସାଂସାରିକ ଚଳଚଞ୍ଚଳ ରହିବେ । ·କିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ପ୍ରତିକୂଳ ଭିତରେ ସୁଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବାରମ୍ବାର ଚେଷ୍ଟା କରି ସୁଫଳ ହେବେ । ସାଂସାରିକ ସୁଖୀ ରହିବେ । ·କିରିରେ ଧନ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ମକର- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।

କୁମ୍ଭ- କୃଷ୍ଣ ପକ୍ଷ ଚତୁର୍ଥ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ·କିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସଂପର୍କ ରହିବ । ·କିରିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

   ସମ୍ବନ୍ଧିତ ଖବର


ଶୁକ୍ରବାର ରାଶିଫଳ

ଆଜିର ରାଶିଫଳ (୨୨/୧୦, ଗୁରୁବାର)

ଗୁରୁବାର ରାଶିଫଳ

କେମିତି କଟିବ ଆଜିର ଦିନ, ଜାଣନ୍ତୁ ଆଜିର ରାଶିଫଳ…

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୦/୧୦ ମଙ୍ଗଳବାର)