PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଆଜିର ରାଶିଫଳ (୨୧/୪,ରବିବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ଚାକିରିରେ ପଦୋନ୍ନତି ହୋଇପାରେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ନିଷ୍ଠାପର ରହିବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମିଥୁନ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ସ୍ଥିରତାର ଅଭାବରେ କାର୍ଯ୍ୟରେ ଅସଫଳ ହେବେ । ମହିଳାମାନେ ଉଦାସ ରହିବେ । ଚାକିରିରେ ଅବହେଳା ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଘରୋଇ ଉପକରଣ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
ସିଂହ-ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
କନ୍ୟା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବିରୋଧାଭାଷ ଆସିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ଚାକିରିରେ ଅସହଯୋଗ ମନେ ହେବ । ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ତୁଳା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ବିଛା- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ କିଛିଟା ସମସ୍ୟା ରହିବ । ସାଂସାରିକ ବ୍ୟୟବହୁଳ ରହିବ । ମହିଳାମାନେ ଅପଯଶ ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ଉଚ୍ଚ ଆଶା ପୂରଣ ହେବ । ମହିଳାମାନେ ସୁଖୀ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ମକର- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
କୁମ୍ଭ- ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ସମସ୍ୟା ରହିବ । ସାଂସାରିକ ଅସ୍ଥିରତା ଭାବରେ କଟିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମୀନ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଷମତା ରହିବ । ସାଂସାରିକ କଳହ ଓ ଅଶାନ୍ତି ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।