PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୨୮ ପଜିଟିଭ୍ ଚିହ୍ନଟ
  • ||
  • ନୂଆଦିଲ୍ଲୀ : ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୮ରୁ ପୁଣି ବଢ଼ିବ ବର୍ଷା, ଉତ୍ତର ଓଡିଶାରେ ପ୍ରବଳ ଛେଚିବ
  • ||
  • ସମ୍ବଲପୁର : ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତିି
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ଓ ସୁନିଆଁ ପର୍ବ ପାଳନ, ଜଗା ଦର୍ଶନ ବନ୍ଦ
  • ||
  • ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ
  • ||
  • ନୀଳଗିରି : ଡାକବଙ୍ଗଳା ରାସ୍ତାରେ ବୁଲୁଛି ଭାଲୁ
  • ||
  • ସାନଖେମୁଣ୍ଡି : ଗାଧୋଇ ଯିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ମହିଳା ମୃତ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ସହର ୧୨ ଘଣ୍ଟିଆ ବନ୍ଦ, ୪ ଦଫା ଦାବି ନେଇ ବନ୍ଦ ଡ଼କରା ଦେଇଛି ଟ୍ରକ୍ ମାଲିକ ସଙ୍ଘ
  • ||
  • ଜଳେଶ୍ଵର : ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା, ଜଳମଗ୍ନ ୫ଟି ପଞ୍ଚାୟତ
  • ||
  • ପାଟଣା : ଦାଉ ସାଧିଲା ଲଗାଣ ବର୍ଷା, ବନ୍ଧ ଭାଙ୍ଗି ବାଲି ଚରିଗଲା ଏକର ଏକର ଚାଷ ଜମି
  • ||

ଆଜିର ରାଶିଫଳ ( ୨୨/୮, ଗୁରୁବାର)

ମେଷ- ଶ୍ରୀଚନ୍ଦ୍ର ସତ! ଘାତ ପ୍ରଭାବ ଥିବାରୁ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସମାପନ କରିବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ କର୍ମତତ୍ପର ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ବୃଷ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ ମୁତାବକ ଫଳ ପାଇବେ । ସାଂସାରିକ ପରିଶ୍ରମୀ ହେବେ । ଚାକିରିରେ ବ୍ୟସ୍ତତା ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ଓ ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ସିଂହ-କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ସ୍ଥଗିତ ରହିବ । ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି । ଚାକିରିରେ ଅବହେଳା ରହିବ । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଖର୍ଚ୍ଚାନ୍ତ ଓ ସମସ୍ୟା ରହିବ । ଚାକିରିରେ ସମସ୍ୟା ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ତୁଳା- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ବିଛା-ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପରିଶ୍ରମୀ ହେବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଆବଦ୍ଧ ଯୋଗ ରହିଛି । ସାଂସାରିକ ସନ୍ତାନ ସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କୁମ୍ଭ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଭ୍ରାତୃ ଭଗ୍ନୀଙ୍କର ସହଯୋଗ ପାଇବେ । ବାଣିଜ୍ୟରେ ଶୁଭଫଳ ପାଇବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଚିନ୍ତାଜନକ ରହିବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।