ଆଜିର ରାଶିଫଳ (୨୨/୯, ରବିବାର)

ମେଷ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତ୍ୟେକ କାର୍ଯ୍ୟ ପୂର୍ଣ୍ଣ କରିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ନୂତନ କର୍ମରେ ଯୋଗ ଦେଇପାରନ୍ତି । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ବୃଷ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ। ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ଲୋକପ୍ରିୟତା ହ୍ରାସ ହେବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ମିଥୁନ- ଶ୍ରୀଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ପାଇବେ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

କର୍କଟ- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସୁଫଳ ପାଇବେ। ସାଂସାରିକ ସହଯୋଗ ମିଳିବ । ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ସିଂହ-ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ। ସାଂସାରିକ ଉନ୍ନତି କରିବେ। ମହିଳାମାନେ ଆଦରଣୀୟା ହେବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାଜନକ ଫଳ ପାଇବେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କନ୍ୟା- ଦଶମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ କିଛିଟା ଉତ୍ତେଜନା ରହିବ। ସାଂସାରିକ ସୁଖୀ ରହିବେ । ରାଜନୀତିରେ କୌଣସି ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ତୁଳା- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅନିଶ୍ଚିତତା ଭିତରେ ରହିବେ। ବହୁ ପରିଶ୍ରମ କରି କିଛିଟା ସଫଳ ହେବେ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ବିଛା-ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଆବଦ୍ଧ ଯୋଗ ମନେ ହେବ। ସାଂସାରିକ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ପୁଞ୍ଜି ନିବେଶ କରି କ୍ଷତି ସହିପାରନ୍ତି। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ଧନୁ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌।

ମକର- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସବୁରି କ୍ଷେତ୍ରରେ ଆଗେଇ ଚାଲିବେ। ସାଂସାରିକ ଚଳଚଞ୍ଚଳ ରହିବେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭାନ୍ୱିତ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

କୁମ୍ଭ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ମନସ୍ତାପ ଭିତରେ କଟିବ । ସାଂସାରିକ ସମସ୍ୟା ଭିତରେ ରହିବେ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ମୀନ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପରିଶ୍ରମ ମୁତାବକ ଫଳ ପାଇବେ । ଚାକିରିରେ ନିଷ୍ଠାପର ରହିବେ । ମହିଳାମାନେ ଖୁସିରେ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

   ସମ୍ବନ୍ଧିତ ଖବର


କେମିତି କଟିବ ଆଜିର ଦିନ, ଜାଣନ୍ତୁ ଆଜିର ରାଶିଫଳ…

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୦/୧୦ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୧୯/୧୦, ସୋମବାର)

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ