PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଆଜିର ରାଶିଫଳ ( ୨୨/୧୨, ରବିବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭଅଙ୍କ-୭, ଶୁଭ ରଙ୍ଗ-କଫି।

ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପରିଶ୍ରମର ଫଳ ମିଳିବ। ସାଂସାରିକ ଉତ୍ତମ ବୁଝାମଣା ରହିବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା।

ମିଥୁନ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଅନିଶ୍ଚିତତା କାରଣରୁ କାର୍ଯ୍ୟ ହାନି ହୋଇପାରେ। ସାଂସାରିକ ଆର୍ଥିକ ଚିନ୍ତା ରହିବ। ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍‌।

କର୍କଟ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ସିଂହ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ସାଂସାରକ ସୁଖୀ ରହିବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌।

କନ୍ୟା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ। ସାଂସାରିକ ଭୁଲ୍‌ ବୁଝାମଣା ରହିବ। ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୨ ଶୁଭ ରଙ୍ଗ-ସିଲ୍‌ଭର।

ତୁଳା-ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ବିଛା- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ। ସାଂସାରିକ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।

ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ସ୍ୱପ୍ନ ସାକାର ହେବ। ସାଂସାରିକ ସୁଖୀ ରହିବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ପରିବହନ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ସିଲ୍‌ଭର।

ମକର- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ହେବ। ସାଂସାରିକ ଉନ୍ନତି କରିବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା।

କୁମ୍ଭ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ କିଛିଟା ଚିନ୍ତା ରହିବ। ସାଂସାରିକ ଅବହେଳା ରହିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ମୀନ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି। ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।