ଆଜିର ରାଶିଫଳ (୨୨/୪, ସୋମବାର)

ମେଷ- ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଅସ୍ଥିରତା କାରଣରୁ କେତେକ କାର୍ଯ୍ୟରେ ତୃଟି କରିପାରନ୍ତି । ସାଂସାରିକ ଖର୍ଚ୍ଚାନ୍ତ ଦେଖାଦେବ । ରାଜନୀତିରେ ପ୍ରତିଦ୍ୱନ୍ଦିତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
ବୃଷ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ପ୍ରଭାବଶାଳୀ ହେବେ । ସାଂସାରିକ ସୁଖସମ୍ମାନ ପାଇବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ମିଥୁନ- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
କକର୍ଟ- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ଚାକରିିରେ ପଶ୍ରଂସା ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଉତ୍ସାହ ଜନକ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ସିଂହ- ଶୁକ୍ଳ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରତାରଣାରେ ଶୀକାର ହୋଇପାରନ୍ତି । ସାଂସାରିକ ସମସ୍ୟାକୁ ନେଇ ବିଚଳିତ ରହିବେ । ଚାକିରିିରେ କାର୍ଯ୍ୟ ବହୁଳ ରହିବ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗସବୁଜ ।
କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସମାନରେ ପ୍ରତିଷ୍ଠା ବୃଦ୍ଧି ପାଇବ । ସାଂସାରକି ଉଚ୍ଚ ଆଶା ସଫଳ ହେବ । ମହିଳାମାନେ ସୁଖଶାନ୍ତିରେ ସମୟ କଟାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର ।
ତୁଳା- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ସାଂସାରିକ ହର୍ଷୋଲ୍ଲାଷ ଭିତରେ କଟିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶା ଜନକ ଫଳ ପାଇବେ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।
ବିଛା- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଭବିଷ୍ୟତ ଯୋଜନା ଫଳପ୍ରସୂ ହେବ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି । ସାଂସାରିକ ଅଭାବ ଅସୁବିଧା ରହିବ । ଚାକିରିରେ ଅସହଯୋଗ ମନେ ହେବ । ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗଗୋଲଡେନ୍ ।
ମକର- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ପରିସୀମା ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
କୁମ୍ଭ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଉଦ୍ୟମ କରି ସଫଳ ହେବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ଚାକରିିରେ ଦାୟିତ୍ୱକୁ ସୁଚାରୁରୂପେ ତୁଲାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍ ।
ମୀନ- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ପୁରାତନ କାର୍ଯ୍ୟ ଆଗେଇବ । ସାଂସାରିକ ସୁଖୀ ରହିବେ । ଚାକିରିରେ ସହକର୍ମୀଙ୍କର ସହଯୋଗ ମିଳିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍ ।