PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ଆଜିର ରାଶିଫଳ (୨୩/୧୨ ସୋମବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ଚାକିରିରେ ପ୍ରଶଂସା ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭଅଙ୍କ-୯, ଶୁଭ ରଙ୍ଗ- ମେରୁନ୍‌।

ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ। ସାଂସାରିକ ସୁଖୀ ରହିବେ। ଚାକରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ମିଥୁନ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ। ସାଂସାରିକ ଗୁରୁଜନମାନଙ୍କ ସଂଗେ ମନାନ୍ତର ହୋଇପାରେ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ। ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍‌।

କର୍କଟ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ସିଂହ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସମାଜରେ ପ୍ରତିଷ୍ଠିତ ହେବେ। ସାଂସାରକ ଦକ୍ଷ ପ୍ରତିପାଦିତ ହେବେ। ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

କନ୍ୟା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଚଳିତ ରହିବେ। ସାଂସାରିକ ଅଶାନ୍ତି ରହିପାରେ। ରାଜନୀତିରେ ବିବାଦୀୟ ସ୍ଥିତି ରହିପାରେ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୧ ଶୁଭ ରଙ୍ଗ-ପିଙ୍କ୍‌।

ତୁଳା-ଚନ୍ଦ୍ରଙ୍କ ସ୍ୱପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ। ସାଂସାରିକ ସହଯୋଗ ପାଇବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ।

ବିଛା- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ କରି ଆଗେଇ ଚାଲିବେ। ସାଂସାରିକ ଚଳଚଞ୍ଚଳ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସ୍ୱଳ୍ପ ଲାଭ ହେବ। ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁଉଚ୍ଚ ଆଶା ସଫଳ ହେବ। ସାଂସାରିକ ଉନ୍ନତି କରିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି।

ମକର- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ହେବ। ସାଂସାରିକ ଆର୍ଥିକ ସୁଦୃଢ଼ ହେବ। ବାଣିଜ୍ୟରେ ଆଶା ମୁତାବକ ଫଳ ମିଳିବ। ଶୁଭଅଙ୍କ-୩, ଶୁଭ ରଙ୍ଗ-ହଳଦିଆ।

କୁମ୍ଭ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରିବେ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ମୀନ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଷମତା ରହିବ। ସାଂସାରିକ ଖର୍ଚ୍ଚାନ୍ତ ଓ ଅଭାବ ରହିବ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶୁଭଅଙ୍କ-୭, ଶୁଭ ରଙ୍ଗ-କଫି।