ପ୍ରମୁଖ ଖବର
  • ବିହାର ପଟଣାରେ ଭୟାବହ ଅଗ୍ନିକାଣ୍ଡ; ହୁତୁ ହୁତୁ ହୋଇ ଜଳିଲା ହୋଟେଲ, ୩ ମୃତ
  • ||
  • କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ଡିଭିଜନ ବେଞ୍ଚରେ ଅପିଲ କଲେ ରାଜ୍ୟ ସରକାର
  • ||
  • ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ, ସମୁଦାୟ ୨୫ ଖଣ୍ଡ କାଠ ଆସିଲା
  • ||
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||

ଆଜିର ରାଶିଫଳ(୨୫/୦୧, ମଙ୍ଗଳବାର)

ମେଷ: ସପ୍ତମ ଚନ୍ଦ୍ର ହେତୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୌଣସି ମାଙ୍ଗଳିକ କର୍ମରେ ଯୋଗଦାନ କରିବେ ଏବଂ ପୁତ୍ରକନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନରେ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସହଯୋଗ ଏବଂ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ଆଭୂଷଣପ୍ରିୟା ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ମା’ ବଗଳାମୁଖୀ ।

ବୃଷ: ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ମାନସିକ, ପାରିବାରିକ ଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ। ରୋଗ, ଋଣ, ଶତ୍ରୁ – ଏ ତିନୋଟିରୁ କିଛି ମାତ୍ରାରେ ମୁକ୍ତି ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ଏବଂ ସହକର୍ମୀଙ୍କର ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଯଶସ୍ୱୀ ହେବେ । ମହିଳାମାନେ ପରୋପକାରୀ ହେବେ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ମା’ ସମଲେଶ୍ୱରୀ ।

ମିଥୁନ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ, ସହକର୍ମୀଙ୍କ ସହ ମତଭେଦ ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୪, ଆରାଧନା-ମା’ ତ୍ରିପୁରସୁନ୍ଦରୀ ।

କର୍କଟ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ହେତୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ। ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଓ ପରିବହନରେ ଆୟ ଅଧିକ ହେବ । କର୍ମରେ ସଫଳତା, ସମ୍ମାନ ଏବଂ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ମଉଜ ମଜଲିସରେ ମନ ଦେବେ। ମହିଳାମାନେ ଅତିଥି ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧, ଆରାଧନା-ମା’ ଭୁବନେଶ୍ୱରୀ ।

ସିଂହ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ଭାଇଭଉଣୀଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଭାବ, ସ୍ୱାସ୍ଥ୍ୟ ଉତ୍ତମ ରହିବ। ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତିର ଖବର ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ । ମହିଳାମାନେ ଭ୍ରାତୃପ୍ରେମୀ ହେବେ । ଶୁଭରଙ୍ଗ-ଲାଲ୍‌, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ଅପମାନ ପାଇବେ । କର୍ମରେ ବିଫଳତା, ବାଧାବିଘ୍ନ ଓ କର୍ମ ପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସତର୍କ ରହିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ। ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୪, ଆରାଧନା-ମା’ ଭୈରବୀ।

ତୁଳା : ଶ୍ରୀଚନ୍ଦ୍ର ହେତୁ ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଓ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ମଉଜ ମଜଲିସରେ ମନ ଦେବେ । ମହିଳାମାନେ ପରିବାର ପ୍ରତି ବିନୟୀ ହେବେ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୨, ଆରାଧନା- ମା’ କମଳା ।

ବିଛା: କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ହେତୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ । ବହୁତ ଭାବିଚିନ୍ତି ଖର୍ଚ୍ଚ କରିବେ । ଅଯଥା ଖର୍ଚ୍ଚ ଏବଂ ବଦ୍‌ଖର୍ଚ୍ଚରୁ ମୁକ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଲୋପ ପାଇବ ଏବଂ ମନରେ ସକାରାତ୍ମକ ଚିନ୍ତାଧାରା ପ୍ରକାଶ ପାଇବ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାର୍ଯ୍ୟକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ସ୍କନ୍ଦ ।

ଧନୁ: ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ସ୍ଥିତିରେ ଉନ୍ନତି, ମୂଲ୍ୟବାନ ଧାତୁ ଓ ଭୂମି କ୍ରୟ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୫, ଆରାଧନା-ପ୍ରଭୁ ଗଜାନନ।

ମକର: କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ନିଜର ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ଆଭାସ, ସମସ୍ତ କର୍ମରେ ପରିସ୍ଫୁଟ ହେବ। ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣେଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ମତତ୍ପର ହେବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୩, ଆରାଧନା- ମା’ କାଳୀ ।

କୁମ୍ଭ: କୃଷ୍ଣପକ୍ଷର ନବମ ଚନ୍ଦ୍ର ହେତୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ନିଜର ପ୍ରିୟ ବନ୍ଧୁଙ୍କ ସହିତ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କର ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଅପମାନ ଅପଯଶ ପାଇବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୬, ଆରାଧନା-ମା’ ଦୁର୍ଗା ।

ମୀନ: ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଯାନବାହନ ଆରୋହଣ ଓ ଗ୍ୟାସ୍‌ ହିଟର ବ୍ୟବହାର ଓ ଆର୍ଥିକ କାରବାର କଲାବେଳେ ସତର୍କ ରହିବେ । ଚାଲିଚଳନ ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମ ପ୍ରତି ଆଗ୍ରହୀ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେବ, ତା’ଠାରୁ ଅଧିକ ବଦଖର୍ଚ୍ଚ ହେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ । ଶୁଭରଙ୍ଗ-ଲାଲ୍‌, ଶୁଭସଂଖ୍ୟା-୫, ଆରାଧନା-ମା’ ତାରା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.