PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଆଜିର ରାଶିଫଳ (୨୫/୦୭, ରବିବାର)

ମେଷ: ଘାତବାର ଓ ଦଶମ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ ଓ ମନରେ ଗ୍ଳାନିଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ ସ୍ୱକର୍ମ ଏବଂ ଗୃହକର୍ମକୁ ସୁଚାରୁରୂପେ ସମ୍ପାଦନ କରିବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ ।


ବୃଷ: କୃଷ୍ଣପକ୍ଷର ନବମ ଚନ୍ଦ୍ର ହେତୁ ମାନସମ୍ମାନ ହାନି, ମାନସିକ ଅସ୍ଥିରତା, ଗୁରୁଜନଙ୍କ ସହ ବିବାଦ ଓ ନିଜର ଅତିପ୍ରିୟ ବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଓ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ରାଜନୈତିକ ବ୍ୟକ୍ତି ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୪, ଆରାଧନା- ମା’ ସମଲେଶ୍ୱରୀ ।


ମିଥୁନ: ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ଓ ବ୍ୟୟ ବହୁ ଅଧିକ ହେବ । ସ୍ୱକର୍ମ ଓ ଗୃହକର୍ମ ପ୍ରତି ଅବହେଳା ଏବଂ ସମସ୍ତ ଅନୁଚିତ କର୍ମ ପ୍ରତି ଅଧିକ ଆଗ୍ରହ ରହିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ମୋନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଅସ୍ଥିରମନା ହେବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୮, ଆରାଧନା-ମା’ ଷୋଡ଼ଶୀ ।


କର୍କଟ: ସ୍ତ୍ରୀ ସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି, ପରିବାରରେ ସୁଖ, ଶାନ୍ତି ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ପରିବାର ସହିତ ଆମୋଦପ୍ରମୋଦରେ ଆଜି ଦିନଟି କଟିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ ବୁଲାବୁଲିରେ ମନ ଦେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୫, ଆରାଧନା-ଭଗବାନ ଶିବ ।


ସିଂହ : ଘାତଚନ୍ଦ୍ର ହେତୁ ରୋଗ, ଋଣ ଓ ଶତ୍ରୁ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯିବ ଓ ମନରେ ବିରକ୍ତିଭାବ ଏବଂ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଆଚାର ବ୍ୟବହାର, ଚାଲିଚଳନ ବିବାଦୀୟ ହେବ । ବାକ୍‌ ସଂଯମ ନ କଲେ ବିପଦରେ ପଡ଼ିବେ । ବାଣିଜ୍ୟରେ ମଧ୍ୟମ ଆୟ ଓ ପରିବାରରେ କଳହର ସୂତ୍ରପାତ ହେବ । ଯେଉଁମାନଙ୍କର ପୂର୍ବ ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୩, ଆରାଧନା- ପ୍ରଭୁ ଗଜାନନ ।


କନ୍ୟା: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ବିଦ୍ୟା, ସନ୍ତାନ, ପିତାମାତା, ଯଶ, ସମ୍ମାନ ଓ କର୍ମ – ଏହି ପାଞ୍ଚଟି କର୍ମରେ କ୍ଷତି ପହଞ୍ଚିବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ବିଦ୍ୟା, ବୁଦ୍ଧିର ଅସଫଳ ପ୍ରୟୋଗ କରିବେ । ସନ୍ତାନମାନେ ଅବଜ୍ଞା କରିବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଅପମାନ ପାଇବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୪, ଆରାଧନା-ମା’ ଛିନ୍ନମସ୍ତା ।

ତୁଳା : ପରିବହନ ବ୍ୟବସାୟରେ ଆଜି ଅଧିକ ଆୟ ହେବ ଓ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ଯଶ, ସମ୍ମାନ, ଧନ, ସମ୍ପତ୍ତି, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ପଡ଼ୋଶୀଙ୍କ ସହ ସୁସମ୍ପର୍କ ପ୍ରତିଷ୍ଠା ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟର ଯୋଜନା ଓ ଚିନ୍ତା କରିବେ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଯଶସ୍ୱୀ ହେବେ । ମହିଳାମାନେ ଗୁରୁଜନଙ୍କ ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୨, ଆରାଧନା-ମା’ ଗାୟତ୍ରୀ ।


ବିଛା: ମାନସିକ, ପାରିବାରିକ ଶାନ୍ତି ଓ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ସ୍ନେହ ଭାବ ଓ ଭାଇ, ଭଉଣୀଙ୍କ ପ୍ରତି ଶ୍ରଦ୍ଧାଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଯତ୍ନ କରିବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୧୧, ଆରାଧନା-ମା’ ବଗଳାମୁଖୀ ।


ଧନୁ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଧନ ଚୋରି ଯାଇପାରେ । ମନରେ ଅସ୍ଥିରତା ଭାବ ଓ ପରିବାରରେ ବିବାଦ ଦେଖାଦେବ । ଆର୍ଥିକ କାରବାର କଲାବେଳେ ସତର୍କ ହେବେ ଓ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।


ମକର: ଶ୍ରୀଚନ୍ଦ୍ର ହେତୁ, ଧନ, ମାନ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ସୁଖ୍ୟାତି ବଢ଼ିବ । ଆମୋଦପ୍ରମୋଦ ଓ ମଉଜ, ମଜଲିସ ପ୍ରତି ଅଧିକ ଦୁର୍ବଳତା ପ୍ରକାଶ ପାଇବ । ଯାହା ମିଳିବ ସେଥିରେ ଆତ୍ମସନ୍ତୋଷ ପାଇବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ ପରିବାରରେ ସୁଖ, ଶାନ୍ତି, ମନରେ ପ୍ରସନ୍ନତା ଏବଂ ସୁଖାଦ୍ୟ ଓ ସୁବସନ ପ୍ରାପ୍ତି ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ ମଉଜ ମସ୍ତିରେ ମନ ଦେବେ । ମହିଳାମାନେ ସୌଭାଗ୍ୟବତୀ ହେବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୬, ଆରାଧନା-ମା’ କାଳୀ ।


କୁମ୍ଭ: ଅପବ୍ୟୟ, ଅପବାଦ ଓ ଅପଯଶ ମୁକ୍ତ ହେବେ । ଆୟଠାରୁ ବ୍ୟୟ ବହୁତ କମ ରହିବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ସମସ୍ତ କର୍ମରେ ଆପଣଙ୍କର ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ଆଭାସ ରହିବ ଏବଂ ଧାର୍ମିକ କାର୍ଯ୍ୟ ପ୍ରତି ଅଧିକ ଆଗ୍ରହ ରହିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୩, ଆରାଧନା-ମା’ ଦୁର୍ଗା ।

ମୀନ: ଏକାଦଶ ଚନ୍ଦ୍ର ହେତୁ ଆୟ ପ୍ରତି ଅତ୍ୟଧିକ ଆଗ୍ରହ ଓ ଦୁର୍ବଳତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଉନ୍ନତିମୂଳକ କର୍ମରେ ଅଧିକ ଧନ ବିନିଯୋଗ କରିବାକୁ ଆଗ୍ରହ ରଖିବେ ଓ ଧନର ସତ୍‌ ବିନିଯୋଗ ଏବଂ ସତ୍‌ଖର୍ଚ୍ଚ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ସଞ୍ଚୟ କରିବାରେ ରୁଚି ରଖିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୨, ଆରାଧନା- ମା’ ଧୂମାବତୀ ।