ଆଜିର ରାଶିଫଳ (୨୫/ ୮, ରବିବାର)

ମେଷ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ଚାକିରିରେ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌

ବୃଷ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଅସ୍ଥିରମନା ଓ ଅଶାନ୍ତି ଭିତରେ ଗତି କରିବେ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମିଥୁନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ହର୍ଷୋଲ୍ଲାଷ ଭିତରେ କଟିବ । ଚାକିରିରେ ପ୍ରଶଂସା ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କର୍କଟ- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉଦ୍ୟମ ଫଳପ୍ରସୂ ହେବ । କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି । ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ-ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସବୁ ସମସ୍ୟାକୁ ସମାଧାନ କରିବାର ସକ୍ଷମ ହେବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କନ୍ୟା- ଦଶମ ଭାବରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ । ସାଂସାରିକ ବିରକ୍ତିମନା ରହିବେ । ପରିବହନ ଓ ବାଣିଜ୍ୟରେ ଅଧିକ ପୁଞ୍ଜି ଖଟାଇ ଚିନ୍ତାରେ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ତୁଳା- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅବହେଳା ରହିବ । ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି । କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରତିକୂଳ ସ୍ଥିତି ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା-ଅଷ୍ଟମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ । ସାଂସାରିକ ଅସହଯୋଗ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ଫଳ ମିଳିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପ୍ରଶାସନିକ ସୁନାମ ପାଇବେ । ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ମକର- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କଠିନ ପରିଶ୍ରମ କରି ସୁଫଳ ପାଇବେ । ସାଂସାରିକ ସହଯୋଗ ପାଇବେ । ଚାକିରିରେ ଧନ ଓ ସମ୍ମାନ ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ମହିଳାମାନେ ବିରକ୍ତିମନା ରହିବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମୀନ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉତ୍ସାହିତ ମନ ନେଇ କର୍ମ କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

   ସମ୍ବନ୍ଧିତ ଖବର


ଆଜିର ରାଶିମାନଙ୍କର ଶୁଭାଶୁଭ ଫଳ

ଗୁରୁବାରର ପଞ୍ଜିକା ରାଶିଫଳ

ଆଜିର ରାଶିମାନଙ୍କର ଶୁଭାଶୁଭ ଫଳ

ବୁଧବାରର ପଞ୍ଜିକା ରାଶିଫଳ

ଚଳିତ ସପ୍ତାହରେ ଏହି ରାଶିମାନଙ୍କର ଶୁଭଫଳ

ଆଜିର ରାଶିଫଳ- ଏହି ରାଶିର ଶୁଭ ଫଳ