ଆଜିର ରାଶିଫଳ (୨୫/୪, ଗୁରୁବାର)

ମେଷ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଅଶୁଭତ୍ୱ କାରଣରୁ ବ୍ୟୟ ବହୁଳତା ଭିତରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ । ଚାକିରିରେ ବ୍ୟସ୍ତତା ଭିତରେ କଟିବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ବୃଷ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ବିରୋଧାଭାଷ ରହିବ । ସାଂସାରିକ ଖର୍ଚ୍ଚାନ୍ତ ଓ ଅଭାବ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସହଯୋଗ ପାଇବେ । ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଅର୍ଥପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ-କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କିଛିଟା ସମସ୍ୟା ଭିତରେ ଦିନଟି କଟିବ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
କନ୍ୟା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ତୁଳା- ତୃତୀୟ ଭାବରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ସାଂସାରିକ କିଛିଟା ଟେନ୍‌ସନ୍‌ ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ପୁଞ୍ଜି ନିବେଶ କରି ଚିନ୍ତାରେ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ବିଛା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଦେଖାଦେବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ମହିଳାମାନେ ଅପଯଶ ପାଇବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।
ଧନୁ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
ମକର- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ବ୍ୟସ୍ତତା ଭିତରେ କଟିବ । ସାଂସାରିକ ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
କୁମ୍ଭ- ଏକାଦଶରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଭବିଷ୍ୟତ ଯୋଜନାକୁ ନେଇ ସ୍ୱପ୍ନ ଦେଖିବେ । ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମୀନ- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ପଦୋନ୍ନତି ହୋଇପାରେ ପରିବହନ ଓ ବାଣିଜ୍ୟରେ ଭଲ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।