PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୨୮ ପଜିଟିଭ୍ ଚିହ୍ନଟ
  • ||
  • ନୂଆଦିଲ୍ଲୀ : ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୮ରୁ ପୁଣି ବଢ଼ିବ ବର୍ଷା, ଉତ୍ତର ଓଡିଶାରେ ପ୍ରବଳ ଛେଚିବ
  • ||
  • ସମ୍ବଲପୁର : ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତିି
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ଓ ସୁନିଆଁ ପର୍ବ ପାଳନ, ଜଗା ଦର୍ଶନ ବନ୍ଦ
  • ||
  • ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ
  • ||
  • ନୀଳଗିରି : ଡାକବଙ୍ଗଳା ରାସ୍ତାରେ ବୁଲୁଛି ଭାଲୁ
  • ||
  • ସାନଖେମୁଣ୍ଡି : ଗାଧୋଇ ଯିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ମହିଳା ମୃତ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ସହର ୧୨ ଘଣ୍ଟିଆ ବନ୍ଦ, ୪ ଦଫା ଦାବି ନେଇ ବନ୍ଦ ଡ଼କରା ଦେଇଛି ଟ୍ରକ୍ ମାଲିକ ସଙ୍ଘ
  • ||
  • ଜଳେଶ୍ଵର : ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା, ଜଳମଗ୍ନ ୫ଟି ପଞ୍ଚାୟତ
  • ||
  • ପାଟଣା : ଦାଉ ସାଧିଲା ଲଗାଣ ବର୍ଷା, ବନ୍ଧ ଭାଙ୍ଗି ବାଲି ଚରିଗଲା ଏକର ଏକର ଚାଷ ଜମି
  • ||

ଆଜିର ରାଶିଫଳ (୨୭/୮, ମଙ୍ଗଳବାର)

ମେଷ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ ମୁତାବକ ଫଳ ପାଇବେ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ଆର୍ଥିକ ସ୍ଥିତିକୁ ନେଇ ଚିନ୍ତାରେ ରହିବେ । ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ । ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ସୁଖଦପୂଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଭଲ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କର୍କଟ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅକ୍ଳାନ୍ତ ପରିଶ୍ରମ ସତ୍ତେ୍ୱ ସାଧାରଣ ଫଳ ପାଇବେ । ସାଂସାରିକ କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି କିଛିଟା ହୋଇପାରେ । ବାଣିଜ୍ୟରେ ସ୍ୱଳ୍ପ ଲାଭ ପାଇବେ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ସିଂହ-ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସମାଜରେ ପ୍ରତିଷ୍ଠିତ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଦଶମ ଭାବରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ତୁଳା- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅବହେଳା ଯୋଗୁଁ କାର୍ଯ୍ୟ ଅଧୁରା ରହିଯିବ । ସାଂସାରିକ ଧର୍ମ କର୍ମରେ ମନ ରହିବ । କାର୍ଯ୍ୟ ଅଧୁରା ରହିଯିବ । ସାଂସାରିକ ଧର୍ମ କର୍ମରେ ମନ ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା-ଅଷ୍ଟମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ବିଷମତା ରହିବ । ସାଂସାରିକ କଳହ ଓ ଅଶାନ୍ତି ରହିବ । ଚାକିରିରେ ଚାପ ରହିବ । ମହିଳାମାନେ ନିଜକୁ ଅସହାୟ ମନେ କରିବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ମକର- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ସୁଖଶାନ୍ତି ରହିବ । ରାଜନୀତିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ରାଜନୀତିରେ ଚିନ୍ତାଜନକ ସ୍ଥିତି ରହିବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ମୀନ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।