ଆଜିର ରାଶିଫଳ (୩୦/୧୧, ସୋମବାର)

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ। ଅନ୍ୟକୁ ଦେଇଥିବା ଧନ ଫେରିପାଇବେ କିମ୍ବା କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ। ଅପରାହ୍ନ ୩ଟା ପରେ ଆର୍ଥିକ କାରବାର କଲାବେଳେ ସତର୍କ ରହିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ। ମହିଳାମାନେ ଘରକରଣା ଦ୍ରବ୍ୟ କ୍ରୟ କରିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା- ପ୍ରଭୁ ହନୁମାନ।

ବୃଷ: ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ମଧୁର ହେବ। ପୁରାତନ ବନ୍ଧୁଙ୍କ ସହ ସାକ୍ଷାତ ଓ ପରେ ସହାୟତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା, ପ୍ରଶଂସା ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାନସିକ, ପାରିବାରିକ ଶାନ୍ତି ଓ ପରିବାରରେ ହସଖୁସିର ପରିବେଶ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଯତ୍ନ କରିବେ। ମହିଳାମାନେ ପରିବାରର ଆଦର ପାଇବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୨, ଆରାଧନା- ମା’ ଲକ୍ଷ୍ମୀ।

ମିଥୁନ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ମନରେ ଅସ୍ଥିରତା ଓ ବ୍ୟଗ୍ରତା ପ୍ରକାଶ ପାଇବ। କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ଅପରାହ୍ନ ୩ଟା ପରେ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ। ଅଯଥା ଖର୍ଚ୍ଚାନ୍ତରୁ ମୁକ୍ତି ପାଇବେ ଓ କର୍ମ କରିବାର ଶୈଳିରେ ପରିବର୍ତ୍ତନ ଆସିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ପୀଡ଼ା ଭୋଗିବେ। ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୧୨, ଆରାଧନା-ମା’ ଷୋଡ଼ଶୀ।

କର୍କଟ: ଏକାଦଶ ଚନ୍ଦ୍ର ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ। ବ୍ୟବସାୟରେ ଉନ୍ନତି କିମ୍ବା ନୂତନ ବ୍ୟବସାୟର ସୁଯୋଗ ପାଇବେ। କର୍ମରେ ସଫଳତା, ପ୍ରଶଂସା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଚନ୍ଦ୍ର ଉଚ୍ଚରେ ଥିବା ହେତୁ ଆୟର ମାର୍ଗ ସବୁଆଡ଼ୁ ଖୋଲିଯିବ। ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବାର ସୁଯୋଗ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଆଗ୍ରହୀ ହେବେ। ମହିଳାମାନେ ଆୟର ପନ୍ଥା ନିରୂପଣ କରିବେ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୯, ଆରାଧନା-ଭଗବାନ ଶିବ।

ସିଂହ : କର୍ମ ପ୍ରତି ଧ୍ୟାନ ଅଧିକ ରହିବ ଓ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଭାବ ବୃଦ୍ଧି ପାଇବ। ତେଣୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ପରିବାରରେ ହସଖୁସିର ପରିବେଶ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ପ୍ରତିଭାବାନ ହେବେ। ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା- ମା’ ମାତଙ୍ଗୀ।

କନ୍ୟା: ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଓ ବ୍ୟବସାୟରେ ଉନ୍ନତି ଘଟିବ। କର୍ମରେ ସଫଳତା, ପ୍ରଶଂସା ଓ ପଦୋନ୍ନତି ହେବାର ସମ୍ଭାବନା ରହିଛି। କ୍ଷମତାଶାଳୀ ବ୍ୟକ୍ତି ଓ ରାଜନୈତିକ ବ୍ୟକ୍ତିଙ୍କ ସହାୟତା ପାଇବେ ଓ ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସା ପାଇବେ। ମହିଳାମାନଙ୍କର ସମ୍ମାନ ବୃଦ୍ଧି ଘଟିବ। ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୬, ଆରାଧନା- ଭଗବାନ ବିଷ୍ଣୁ।

ତୁଳା : ଅଷ୍ଟମ ଚନ୍ଦ୍ର ହେତୁ ଆର୍ଥିକ କ୍ଷତି ଓ ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ। ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। କର୍ମସ୍ଥାନରେ ବାଧାବିଘ୍ନ ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ। ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ। ଯେଉଁମାନଙ୍କର ବିଶାଖା ତୁଳା, ସେମାନଙ୍କର ବିଶେଷ କ୍ଷତି ହେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ। ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ। ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୪, ଆରାଧନା- ମା’ ଗାୟତ୍ରୀ।

ବିଛା : ଘାତଚନ୍ଦ୍ର ହେତୁ ଆର୍ଥିକ କ୍ଷତି, ଶାରୀରିକ ପୀଡ଼ା ଓ ପରିବାରରେ ବିବାଦ ଦେଖା ଦେଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ରହିବ। କର୍ମରେ ବିଫଳତା, ବାଧାବିଘ୍ନ ଓ ମହିଳା ସହକର୍ମୀଙ୍କ ସହ ବିବାଦ ହେବ। ଦାମ୍ପତ୍ୟ ଜୀବନରେ କଳହ ଓ ଆର୍ଥିକ ସ୍ଥିତି ବିଗିଡ଼ିଯିବ। ଯେଉଁମାନଙ୍କର ବିଶାଖା ବିଛା, ସେମାନଙ୍କର ବିଶେଷ କ୍ଷତି ଘଟିବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା- ମା’ ବଗଳାମୁଖୀ।

ଧନୁ: ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ଅଶାତୀତ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ଋଣମୁକ୍ତ ହେବାର ଚେଷ୍ଟା କରିବେ ଓ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ମାନସିକ, ପାରିବାରିକ ଶାନ୍ତି ଓ ଦେହମନ ସୁସ୍ଥ ରହିବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଉପଯୋଗ କରିବେ। ମହିଳାମାନେ ପରିବାରର ମନ ଜିଣିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୭, ଆରାଧନା- ଭଗବାନ ଶିବ।

ମକର: ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ମନରେ ଉତ୍ସାହ ଓ ଉଦ୍ଦୀପନା ଭାବ ଜାଗ୍ରତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା, ମାନ ସମ୍ମାନ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନୂତନ ଲେଖା ଓ ଗବେଷଣାରେ ଧ୍ୟାନ ଅଧିକ ଦେବେ। ବାପା, ମା’ଙ୍କ କୃପା ଲାଭ କରିବେ ଓ ସନ୍ତାନମାନେ ଆଜ୍ଞାଧୀନ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମପ୍ରତି ଆଗ୍ରହୀ ହେବେ। ମହିଳାମାନେ ସନ୍ତାନ ବତ୍ସଳା ହେବେ। ଶୁଭରଙ୍ଗ-ଧୂସର, ଶୁଭସଂଖ୍ୟା-୩, ଆରାଧନା-ମା’ ବିମଳା।

କୁମ୍ଭ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବାଧାବିଘ୍ନ ଓ ସହକର୍ମୀଙ୍କ ସହ ବିବାଦ ହେବ। ଯାନବାହନରେ କ୍ଷତି ଓ ସ୍ୱଜନ, ପ୍ରିୟଜନଙ୍କ ସହ ବିବାଦ ହେବ। ମନରେ ଅସ୍ଥିରତା ଭାବ ଓ ପରିବାରରେ ବିବାଦ ଦେଖାଦେବ। ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନଙ୍କର ବିଶେଷ କ୍ଷତି ଘଟିବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମପ୍ରତି ବିମୁଖ ହେବେ। ମହିଳାମାନେ ପରିବାରରେ ବିବାଦର କାରଣ ହେବେ। ଶୁଭରଙ୍ଗ-ମାଟିଆ, ଶୁଭସଂଖ୍ୟା-୬, ଆରାଧନା- ମା’ ଚଣ୍ଡୀ।

ମୀନ: ପରିବାରର ସଦସ୍ୟଙ୍କ ସାହାଯ୍ୟ ଓ ସହଯୋଗ ପାଇବେ ଓ ଭାଇ, ଭଉଣୀଙ୍କ ସହ ସମ୍ପର୍କ ମଧୁର ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ଉଲ୍ଲେଖନୀୟ ଅବଦାନ ରହିବ। ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ। ମହିଳାମାନେ ଆତ୍ମ ସନ୍ତୋଷ ଲାଭ କରିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ମା’ ତାରା।