ଆଜିର ରାଶିଫଳ (୩୧/୮,ଶନିବାର)

ମେଷ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯେକୌଣସି ମତେ କାର୍ଯ୍ୟକୁ ହାସଲ କରିବେ । ସାଂସାରିକ ସହଯୋଗ ପାଇବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ କିଛିଟା ଅଶାନ୍ତି ରହିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଶୁକ୍ଳପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ର କାରଣରୁ ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ସାଂସାରିକ ଉତ୍ତେଜନା ପରିସ୍ଥିତି ରହିବ । ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଧଳା ।

ସିଂହ-ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ ପ୍ରଶଂସିତ ହେବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ପାଇବେ ନାହିଁ । ସାଂସାରିକ ବ୍ୟୟ ବୃଦ୍ଧି ହେବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ତୁଳା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା-ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଅର୍ଥ ପ୍ରାପ୍ତି ଯୋଗ ରହିଛି । ମହିଳାମାନେ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ଧନୁ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ମକର- ଅଷ୍ଟମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଦୁଶ୍ଚିନ୍ତା ରହିବ । ରାଜନୀତିରେ ଜଟୀଳ ପରିସ୍ଥିତି ଉପୁଜିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁଚେଷ୍ଟା କରି ସଫଳ ହେବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

   ସମ୍ବନ୍ଧିତ ଖବର


ଶୁକ୍ରବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୯/୧୦, ଗୁରୁବାର)

ଗୁରୁବାର ରାଶିଫଳ

କେମିତି କଟିବ ଆଜି, ପଢନ୍ତୁ ନିଜର ଭାଗ୍ୟ ଭବିଷ୍ୟ…

ବୁଧବାର ରାଶିଫଳ, ଜାଣନ୍ତୁ କେମିିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୬/୧୦, ସୋମବାର)