ମେଷ : ଦ୍ୱିତୀୟ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ନୂତନ ବସ୍ତ୍ରଭୂଷଣ ଆମଣ୍ଡିତ ହେବେ । ଧନ ପ୍ରତିମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ପରିଶ୍ରମ ତୁଳନାରେ କମ୍ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।
ବୃଷ : ଶ୍ରୀଚନ୍ଦ୍ର, ଗୁରୁବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା ଏବଂ ଗୃହାରମ୍ଭ କରିପାରନ୍ତି କିମ୍ବା କୌଣସି ଶୁଭର୍କମରେ ଯୋଗ ଦେଇପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାଭାଜନ ହେବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।
ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ସମସ୍ତକର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗକରି ଅନିଶ୍ଚିତତା ପଛରେ ପଶ୍ଚାତ୍ ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଏକାଦଶ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଅର୍ଥ କଷ୍ଟରୁ ମୁକ୍ତିମିଳିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଦଶମଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ ଏବଂ କର୍ମପ୍ରତି ଏକାଗ୍ରତା, ଆନ୍ତରିକତା, ତତ୍ପରତା, ସ୍ୱଚ୍ଛତା, ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : ଶୁକ୍ଳପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶପାଇବ ଏବଂ ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ପରିଚିତ ମହିଳାଙ୍କ ସହ କଥାବାର୍ତ୍ତା କିମ୍ବା ଏକ ଆସନରେ ବସିବାବେଳେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ପରିଚିତ ମହିଳାଙ୍କ ପାଇଁ ଧନକ୍ଷତି ହେବ କିମ୍ବା ବିପଦରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପହଞ୍ଚିବ ଏବଂ କର୍ମରେବିଫଳତା ଓ ମହିଳା ସହକର୍ମୀଙ୍କ ସହବିବାଦ ହୋଇପାରେ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଘାତବାର ଏବଂ ଷଷ୍ଠଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନାରେ ସଂଯମତା,ବଚନରେ ମଧୁରତା ଏବଂ ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।
ମକର : ପଞ୍ଚମ ଚନ୍ଦ୍ର, ଶୁକ୍ରବାର ଏବଂ ଘାତ ନକ୍ଷତ୍ର ଯୋଗୁ ଘାତ ନକ୍ଷତ୍ରର ବିଶେଷ ପ୍ରଭାବ ପଡ଼ିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତାମାର୍ଜିତ ଓ ସର୍ବଜନ ଆଦୃତହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ସଫଳତା, ସମ୍ମାନ ଶୀର୍ଷରେ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
କୁମ୍ଭ : ଚତୁର୍ଥ ଚନ୍ଦ୍ର, ଘାତତିଥି ଏବଂ ବିଷ୍ଟୀକରଣ ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣକାଳରେ ସତର୍କ ହେବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ରୋଷର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ରକୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ : ଘାତବାର ଏବଂ ତୃତୀୟଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ ଗୃହପ୍ରତିଷ୍ଠା, ଭୂମିପୂଜା ଓ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କର୍ମକୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩