ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ପାକିସ୍ତାନରେ ଭାରସାମ୍ୟ ହରାଇ ଗଭୀର ଖାଇକୁ ଖସିଲା ବସ୍, ୨୦ ମୃତ, ୨୧ ରୁ ଅଧିକ ଆହତ...

ନୂଆଦିଲ୍ଲୀ: ଉତ୍ତର-ପଶ୍ଚିମ ପାକିସ୍ତାନରେ ଏକ ମର୍ମତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୨୦ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ୨୧ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସୂଚନା ମୁତାବକ ଆଜି (ଶୁକ୍ରବାର) ଏକ ଯାତ୍ରୀବାହୀ ବସ୍ ପାହାଡୀ ରାସ୍ତାରୁ ଖସି ଏକ ଗଭୀର ଖାଇକୁ ଖସିପଡିିଛି । ଏହି ଦୁର୍ଘଟଣାରେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି । ପାକିସ୍ତାନୀ ପୋଲିସ ଅଧିକାରୀ ମାନେ ଏହି ସୂଚନା ଦେଇଛନ୍ତି । ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ଗିଲଗିଟ-ବାଲ୍ଟିସ୍ତାନ ଅଞ୍ଚଳର ଡାଇମର ଜିଲ୍ଲାର କରାକୋରମ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ସକାଳ ପ୍ରାୟ ସାଢେ ୫ଟା ସମୟରେ ଏହି ଘଟଣା ଘଟିଛି । 

ସୂଚନା ମୁତାବକ, ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଏହି ବସ୍ ରାୱଲପିଣ୍ଡିରୁ ହୁଞ୍ଜା ଅଭିମୁଖେ ଯାଉଥିଲା । ଚାଳକ ବସ୍‌ର ନିୟନ୍ତ୍ରଣ ହରାଇବାରୁ ଗାଡିଟି ଭାରସାମ୍ୟ ହରାଇ ସିନ୍ଧୁ ନଦୀ କୂଳରେ ପଡ଼ିଯାଇଥିଲା । ଅଧିକାରୀ କହିଛନ୍ତି ଯେ, ଘଟଣା ସମୟରେ ବସ୍‌ରେ ୪୩ ଜଣ ଯାତ୍ରୀ ଥିଲେ । ସେ କହିଛନ୍ତି ଯେ ଆହତମାନଙ୍କୁ ଚିଲାସ ଡାକ୍ତରଖାନାକୁ ନିଆଯାଇଛି । ସେନା ହେଲିକପ୍ଟର ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ଅନେକ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । 

ଗିଲଗିଟ-ବାଲ୍ଟିସ୍ତାନ ମୁଖ୍ୟମନ୍ତ୍ରୀ ହାଜି ଗୁଲବର ଖାନ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ଏବଂ ଆହତମାନଙ୍କୁ ତୁରନ୍ତ ଚିକିତ୍ସା ସହାୟତା ପ୍ରଦାନ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମୃତ୍ୟୁକୁ ନେଇ ଦୁଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଆହତମାନଙ୍କୁ ସମସ୍ତ ସମ୍ଭାବ୍ୟ ଚିକିତ୍ସା ଯୋଗାଇଦେବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.