PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ପାଟଣାଗଡ଼ ଘୁନଘୁଟିପାଲି ଗାଁରେ ଅଘଟଣ: ​‌ପୁରୁଣା ଘରର କାନ୍ଥ ପଡି ଜଣେ ମୃତ, ୪ ଗୁରୁତର

ବଲାଙ୍ଗୀର ୧୬/୦୮: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ଘୁନଘୁଟିପାଲି ଗାଁରେ ଅଘଟଣ । ରାତିରେ ପୁରୁଣା ଘରେ ଶୋଇଥିବା ବେଳେ ଘରର କାନ୍ଥ ପଡି ଗୋଟିଏ ପରିବାର  ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଥିବା ଜଣାପଡିଛି । ମୃତକଙ୍କ ନାମ ଦୀପା ବାଲିଣ୍ଡିଆ ବୋଲି ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବିକ, ଗତକାଲି ଘୁନଘୁଟିପାଲି ଗାଁକୁ ବାଲିଣ୍ଡିଆ ପରିବାରର ସମସ୍ତେ ଶନି ମେଳା ପୂଜାରେ ଯୋଗ ଦେବା ପାଇଁ ଆସିଥିଲେ।  ପୂଜା ସରିବା ପରେ କ୍ଷେତ ପାଖରେ ଥିବା ଗୋଟିଏ ପୁରୁଣା ଘରେ ଶୋଇଥିବା ସମୟରେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ଶୋଇଥିବା ବେଳେ ଘରର କାନ୍ଥ ପଡି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବାର ସୂଚନା  ରହିଛି । ସମସ୍ତଙ୍କୁ ପାଟଣାଗଡ ଡାକ୍ତରଖାନାରେ ଭର୍ତି କରାଯାଇଛି । ତେବେ ମୃତକ ଯୁବତୀଙ୍କ ବୟସ ୧୭ ବର୍ଷ ବୋଲି ଜଣାପଡିଛି । ତାଙ୍କ ନାମ ଦୀପା ବାଲିଣ୍ଡିଆ ବୋଲି ଜଣାପଡିଛି । ସେହିପରି ଗୁରୁତର ଥିବା ବ୍ୟକ୍ତିଙ୍କ ନାମ ସତ୍ୟଭାମା,  ଦୀପକ , ଶୋଭାବନ ଓ ବିର୍ଜୁ ବାଲିଣ୍ଡିଆ ବୋଲି ଜଣାପଡିଛି।