PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ରାଜ୍ୟରେ ଆଇଏଏସ୍‌ ସ୍ତରରେ ଅଦଳବଦଳ, ଉତ୍ତରାଞ୍ଚଳ ଆର୍‌ଡିସ ହେଲେ ନିରଂଜନ ସାହୁ

ଭୁବନେଶ୍ୱର ୨୮/୧୨ : ଆଜି ଆଇଏଏସ୍‌ ସ୍ତରରେ ସରକାର ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୦୪ ବ୍ୟାଚ ଆଇଏଏସ୍‌ ତଥା ଶ୍ରମ କମିଶନର ନିରଂଜନ ସାହୁଙ୍କୁ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଭାବେ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ୨୦୦୯ ବ୍ୟାଚର ଆଇଏଏସ୍‌ ଅଫିସର ଡକ୍ଟର ଏନ୍‌ ଥିରୁମାଲାଙ୍କୁ ଶ୍ରମ କମିଶନର ଦାୟିତ୍ୱ ଦିଆଯାଇଛି ।

ସେହି ୨୦୦୯ ବ୍ୟାଚର ଅଫିସର ଭି. ଜୟକୁମାରଙ୍କୁ ବଦଳି କରାଯାଇ ଆୟୁଷ ନିର୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ୨୦୦୦ ବ୍ୟାଚର ଆଇଏଏସ୍‌ ବସନ୍ତ କୁମାର ସେନାପତିଙ୍କୁ ଅନୁସୂଚିତ ଜାତି, ଜନଜାତି ତଥା ପଛୁଆବର୍ଗ ବିଭାଗର ନିର୍ଦେଶକ ଦାୟିତ୍ୱ ଦିଆଯାଇଛି । ୨୦୦୭ ବ୍ୟାଚର ଅଫିସର ସୁଶାନ୍ତ ମହାପାତ୍ରଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଇଷ୍ଟେଟ୍‌ ଅଫିସର ଭାବେ ଅବସ୍ଥାପିତ କରାଯାଇଛି । ୨୦୧୫ ବ୍ୟାଚର ଆଇଏଏସ୍‌ ଅଫିସର ସୁଶ୍ରୀ ଆବୋଲି ସୁନିଲ୍‌ ନରଭାନେଙ୍କୁ ବଦଳି କରାଯାଇ ରାଉରକେଲାର ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ୱ ଦିଆଯାଇଛି ।