PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

କଶ୍ମୀର ମାମଲାକୁ ICJକୁ ନେଇପାରିବନି ପାକିସ୍ତାନ, କାରଣ…

ନୁଆଦିଲ୍ଲୀ ୩/୯: ଅନ୍ତର୍ଜାତୀୟ ନ୍ୟାୟାଳୟ(ICJ)ରେ ପାକିସ୍ତାନକୁ ସପୋର୍ଟ କରୁଥିବା ଓକିଲ ନିଜେ କହିଛନ୍ତି ଯେ ପାକ୍ ପାଖରେ, କଶ୍ମୀରରେ ମାନବାଧିକାର ଉଲ୍ଲଙ୍ଘନ ହେଉଥିବା ଅଭିଯୋଗର କୌଣସି ସତ୍ୟତା ନାହିଁ । କାରଣ ତା ପାଖରେ କୌଣସି ଏନେଇ କୌଣସି ପ୍ରମାଣ ନାହିଁ । ଏହା ସହିତ ଓକିଲ ନିଜେ କହିଛନ୍ତି ଯେ ପ୍ରମାଣ ନଥିବାରୁ ଏହି ମାମଲାକୁ ଆଇସିଜେକୁ ନେଇ ହେବନି ।

ଆଇସିଜେରେ ପାକିସ୍ତାନର ଓକିଲ ଖାବର କ୍ୟୁରେସୀ ଏକ ଟିଭି ଶୋରେ ପ୍ୟାନେଲ୍ ଚର୍ଚ୍ଚା ସମୟରେ ସଫ ସଫା କହିଛନ୍ତି ଯେ ପାକିସ୍ତାନ ପାଖରେ କଶ୍ମରୀ ସମ୍ବନ୍ଧରେ ଏହି ଅଭିଯୋଗକୁ ନେଇ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ନାହିଁ । ଖାବର କ୍ୟୁରେସୀ କହିଛନ୍ତି ଯେ ପ୍ରମାଣ ଅଭାବରୁ ପାକିସ୍ତାନ ପାଇଁ ଏହି ମାମଲାରେ ଆଇସିଜେକୁ ନେବା ବହୁତ କଷ୍ଟ ହେବ ।

କଶ୍ମୀର ମାମଲାକୁ ଅନ୍ତର୍ଜାତୀୟକରଣ କରିବାର ଉଦ୍ଦେଶ୍ୟରେ ପାକିସ୍ତାନ ଜାତିସଂଘକୁ ଯିବାପରେ ଏବେ ଆଇସିଜେ ସହ ସମ୍ପର୍କ କରିବାର ଧମକ ଦେଉଛି । ନିଜେ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଆମେରିକା ସହିତ ଦୁନିଆର ଅନେକ ଦେଶକୁ ସାହାଯ୍ୟ ମାଗିଛନ୍ତି । ଡୋନାଲ୍ଡ ଟ୍ରମ୍ପଙ୍କ ସହିତ ଆଲୋଚନା କରିଛନ୍ତି । କିନ୍ତୁ ଏଠାରେ ମଧ୍ୟ ତାଙ୍କୁ କିଛି ସଫଳତା ମିଳିପାରିନି ।

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ଯ ଫ୍ରାନ୍ସରେ G7 ଶିଖର ସମ୍ମିଳନୀରେ ଟ୍ରମ୍ପଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ  ଟ୍ରମ୍ପ ମଧ୍ଯ ଏହା ମାନିଥିଲେ ଯେ କଶ୍ମୀର ଭାରତ ଓ ପାକିସ୍ତାନର ଦ୍ୱିପାକ୍ଷିକ ମାମଲା । ଏବଂ ଏଥିରେ ଅନ୍ଯ କାହାର ହସ୍ତକ୍ଷେପ କରିବା ଅନୁଚିତ୍ ।

ସମ୍ବନ୍ଧିତ ଖବର