ପ୍ରମୁଖ ଖବର
  • ଭୋଟରମାନଙ୍କ ପାଇଁ ଆରମ୍ଭ ହେଲା ‘ମୋ ବୁଥ୍‌ ଆପ୍‌’, ବୁଥ୍‌ର ନାମ ଏବଂ ଏହାର ଅବସ୍ଥିତି ସଂପର୍କରେ ସଠିକ୍‌ ତଥ୍ୟ ପାଇବେ ମତଦାତା
  • ||
  • ମହାକାଳପଡ଼ା : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଅମିନ, ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ରାୟଗଡ଼ା : ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ଦୀର୍ଘ ଦିନ ଧରି ଥିଲେ ଅସୁସ୍ଥ
  • ||
  • ଭୁବନେଶ୍ଵର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ତତଲା ପାଗ, ୧୭ ଯାଏ ବର୍ଷା ସମ୍ଭାବନା
  • ||

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ବାଇକ୍ ଆରୋହୀ ମୃତ

ଚଣ୍ଡିଖୋଲ, ୨୯।୪: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ମୃତ । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ୧୬ ନଂ ଜାତୀୟ ରାଜପଥରେ ବଡ଼ଚଣା ଓଭରବ୍ରିଜ୍ ଉପରେ ଦୁର୍ଘଟଣା ଘଟିଛି । ବାଇକରେ ୨ ଜଣ ବ୍ୟକ୍ତି କଟକରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ବଡ଼ଚଣା ଓଭରବ୍ରିଜ୍ ନିକଟରେ ବାଇକ ପଛପଟୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ହିଁ ବାଇକରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଘଟଣାସ୍ଥଳରେ ବଡ଼ଚଣା ପୋଲିସ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଚଳାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.