PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଇନ୍ଦ୍ରଧନୁ ମାର୍କେଟରେ ଗଣେଶ ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ: ମୁତୟନ ହେଲେ ପୁଲିସ ଫୋର୍ସ

ଭୁବନେଶ୍ୱର ୨୨/୮: ଇନ୍ଦ୍ରଧନୁ ମାର୍କେଟରେ ପୁଣି ତେଜିଛି ଦୁଇ ବ୍ୟବସାୟୀ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ । ଏଥର ମଣ୍ଡପରେ ଗଣେଶ ପୂଜା କରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଆଜି ମଣ୍ଡପ ବାରଣ୍ଡାରେ ଗଛିତ ଥିବା ପରିବାପତ୍ରକୁ ଅପରଗୋଷ୍ଠୀ ଫିଙ୍ଗାଫୋଫଡ଼ା କରିବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା । ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ପୁଲିସ ଫୋର୍ସ ମୁତୟନ କରାଯାଇଥିଲା ସୂଚନା ମୁତାବକ, ଇନ୍ଦ୍ରଧନୁ ମାର୍କେଟ ଉନ୍ନୟନ ସଂଘ ପକ୍ଷରୁ ପ୍ରତିବର୍ଷ ମଣ୍ଡପରେ ଗଣେଶ ପୂଜା କରା ଯାଉଥିଲା ।

ତେବେ ଏହାକୁ ନେଇ ମାର୍କେଟରେ ପରିବା ବିକୁଥିବା କ୍ଷୁଦ୍ର ବ୍ୟବସାୟୀ ସଂଘ ସହ ୫-୬ ବର୍ଷ ଧରି ବିବାଦ ଲାଗିରହିଥିଲା । ମଣ୍ଡପ ବାରଣ୍ଡାରେ ପରିବାପତ୍ର ରଖିବାକୁ କେନ୍ଦ୍ର କରି ଆଜି ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ାର ସୂତ୍ରପାତ ହୋଇଥିଲା । ପରିବାପତ୍ର ଫିଙ୍ଗା ଫୋପଡ଼ା କରାଯାଇଥିବା ଅଭିଯୋଗରେ କ୍ଷୁଦ୍ର ବ୍ୟବସାୟୀ ସଂଘ ନୂଆପଲ୍ଲୀ ଥାନା ଘେରିଥିଲା । ଅନ୍ୟପଟେ ପୂଜା ପାଇଁ ସାଜସଜା ଉଦ୍ଦେଶ୍ୟରେ ମଣ୍ଡପରେ ରଖାଯାଇଥିବା ପରିବାପତ୍ରକୁ ମଣ୍ଡପରୁ ଉଠାଇ ଅନ୍ୟତ୍ର ରଖାଯାଇଥିବା ଅପରଗୋଷ୍ଠୀ କହିଛନ୍ତି । ତେବେ ପରିବାପତ୍ର ଫିଙ୍ଗିଥିବା ଗୋଷ୍ଠୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ କ୍ଷୁଦ୍ର ବ୍ୟବସାୟୀ ମାନେ ଧାରଣା ଦେଇଥିଲାବେଳେ ପରିବା ହାଟ ବନ୍ଦ ରଖିବାକୁ ଚେତାବନୀ ଦେଇଛନ୍ତି ।