PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

INDvSL: ସୂର୍ଯ୍ୟଙ୍କ ଦମଦାର ବ୍ୟାଟିଂ, ଶ୍ରୀଲଙ୍କା ଆଗରେ ୧୬୫ ରନର ବିଜୟ ଲକ୍ଷ୍ୟ

କଲମ୍ବୋ: ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି ପ୍ରଥମ ଟି-୨୦ ମ୍ୟାଚ୍। ଶ୍ରୀଲଙ୍କା ଦଳ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଥିଲା। ଯାହାଫଳରେ ଟିମ୍‌ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିଥିଲା। ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ବିକେଟ ହରାଇ ମୋଟ ୧୬୪ ରନ୍‌ କରିବାରେ ସଫଳ ହୋଇଛି। ଏଥିସହିତ ଶ୍ରୀଲଙ୍କା ଟିମ୍‌ ଆଗରେ ୧୬୫ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତୀୟ ଦଳ। ସୂର୍ଯ୍ୟକୁମାର ଯାଦବ ଦଳ ପକ୍ଷରୁ ସର୍ବାଧିକ ୫୦ ରନ୍‌ କରିଥିଲେ।

କଲମ୍ବୋ: ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି ପ୍ରଥମ ଟି-୨୦ ମ୍ୟାଚ୍। ଶ୍ରୀଲଙ୍କା ଦଳ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଥିଲା। ଯାହାଫଳରେ ଟିମ୍‌ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିଥିଲା। ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ବିକେଟ ହରାଇ ମୋଟ ୧୬୪ ରନ୍‌ କରିବାରେ ସଫଳ ହୋଇଛି। ଏଥିସହିତ ଶ୍ରୀଲଙ୍କା ଟିମ୍‌ ଆଗରେ ୧୬୫ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତୀୟ ଦଳ। ସୂର୍ଯ୍ୟକୁମାର ଯାଦବ ଦଳ ପକ୍ଷରୁ ସର୍ବାଧିକ ୫୦ ରନ୍‌ କରିଥିଲେ। ଟି-୨୦ କ୍ୟାରିୟରରେ ଏହା ହେଉଛି ସୂର୍ଯ୍ୟଙ୍କ ଦ୍ବିତୀୟ ଅର୍ଦ୍ଧଶତକୀୟ ଇନିଂସ୍।

ଟସ୍‌ ହାରିବା ପରେ ଶିଖର ଧାଓ୍ବନ ଓ ଡେବ୍ୟୁଟାଣ୍ଟ ପୃଥ୍ବୀ ଶ’ ଟିମ୍‌ ଇଣ୍ଡିଆ ପକ୍ଷରୁ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଥିଲେ। ଦିନିକିଆ ସିରିଜରେ ଦମଦାର ପ୍ରଦର୍ଶନ କରିଥିବା ପୃଥ୍ବୀ କିନ୍ତୁ ଟି-୨୦ ଡେବ୍ୟୁରେ ଖାତା ଖୋଲି ପାରିନଥିଲା। ମ୍ୟାଚର ପ୍ରଥମ ବଲରେ ହିଁ ପୃଥ୍ବୀ ପ୍ୟାଭିଲିଅନ୍‌ ଫେରିଥିଲେ। ଏହାପରେ ଶିଖରଙ୍କ ସାଥ ଦେଇଥଲେ ସଞ୍ଜୁ ସାମସନ୍। ଦଳୀୟ ସ୍କୋର ୫୧ ହୋଇଥିବା ବେଳେ ଟିମ୍‌ ଇଣ୍ଡିଆକୁ ଲାଗିଲା ଦ୍ବିତୀୟ ଝଟକା। ସଞ୍ଜୁ ସାମସନ୍‌ ମାତ୍ର ୨୭ ରନ୍‌ କରି ପ୍ୟାଭିଲିଅନ୍‌ ଫେରିଥିଲେ। ଏହାପରେ ଶିଖରଙ୍କ ସହ ସୂର୍ଯ୍ୟକୁମାର ଯାଦବ ମିଶି ଦଳୀୟ ସ୍କୋର ୧୦୦ ପାର କରାଇଥିଲେ। ଦଳୀୟ ସ୍କୋର ୧୧୩ ରନ୍‌ ହୋଇଥିବା ବେଳେ ଶିଖର ୪୬ ରନ୍‌ କରି ପ୍ୟାଭିଲିଅନ୍‌ ଫେରିଥିଲେ। ଏହାପରେ ପାଣ୍ଡ୍ୟା ୧୦ ରନ୍‌ କରି ଆଉଟ୍‌ ହୋଇଥିଲେ। ଇଶାନ କିଶନ ୨୦ ଓ କୃଣାଳ ପାଣ୍ଡ୍ୟା ୩ ରନ୍‌ କରି ଅପରାଜିତ ଥିଲେ। ଟିମ୍‌ ଇଣ୍ଡିଆ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ବିକେଟ ହରାଇ ମୋଟ ୧୬୪ ରନ୍‌ କରିବାରେ ସଫଳ ହୋଇଥିଲା। ଯାହାଫଲରେ ୧୬୫ ରନର ବିଜୟ ଲକ୍ଷ୍ୟ ଶ୍ରୀଲଙ୍କା ଦଳ ଆଗରେ ରହିଛି।

ଶ୍ରୀଲଙ୍କା ପକ୍ଷରୁ ଦୁଷ୍ମନ୍ତ ଚାମିରା ଓ ଓ୍ବନାଇଡୁ ହସରଙ୍ଗ୍‌ ୨ ଟି ଓ୍ବିକେଟ ନେଇଥିବା ବେଳେ ଚାମିକା କରୁଣାରତ୍ନ ଗୋଟିଏ ଓ୍ବିକେଟ ନେଇଛନ୍ତି।

ସମ୍ବନ୍ଧିତ ଖବର