PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ଚିଠା ଯୋଜନା ଲୋକାର୍ପିତ, ଠାକୁରଙ୍କ କାମ ପାଇଁ ଜମି ଦାନ କରିଥିବା ଲୋକଙ୍କ ନାମ ଫଳକରେ ରହିବ

ଭୁବନେଶ୍ୱର ୩୦/୧୨: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଜଗନ୍ନାଥ ହେରିଟେଜ୍ କରିଡର ଚିଠା ଆର୍କିଟେକ୍ଚୁରାଲ୍ ପ୍ଲାନ୍ ଓଡିଶାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ।  ଏହି ଚିଠା ଆର୍କିଟେକ୍ଚୁରାଲ୍ ପ୍ଲାନ ସମ୍ପର୍କରେ ଜନସାଧାରଣ ସେମାନଙ୍କର ମୂଲ୍ୟବାନ ମତାମତ ଦେଇପାରିବେ । ଇ-ମେଲ୍ ଜରିଆରେ ୨୦୨୦ ଜାନୁୟାରୀ ୧୫ ସୁଦ୍ଧା ଶ୍ରୀମନ୍ଦିରର ପ୍ରଶାସନକୁ ନିଜ ମତ ପଠାଇପାରିବେ ଜନସାଧାରଣ । ଜନସାଧାରଣଙ୍କ ପ୍ରସ୍ତାବକୁ ତର୍ଜମା କରାଯାଇ ଚୂଡାନ୍ତ ପ୍ଲାନ୍ ଫେବୃୟାରୀ ମାସରେ ପ୍ରକାଶିତ ହେବ ।

ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ପାଇଁ ଯେଉଁ ମଠ ଓ ବ୍ୟକ୍ତି ବିଶେଷ ମାନେ ଜମି ଦେଇଛନ୍ତି ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ମହାପ୍ରଭୁଙ୍କ କାର୍ଯ୍ୟପାଇଁ ଜମି ଦାନ କରିଥିବା ବ୍ୟକ୍ତିବିଶେଷଙ୍କ ନାମ ଏହି ଐତିହ୍ୟ କରିଡରରେ ଏକ ଫଳକରେ ସବୁଦିନ ପାଇଁ ସ୍ଥାନିତ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ବୈଠକରେ କହିଛନ୍ତି । ସେହିପରି ଐତିହ୍ୟ କରିଡର ପାଇଁ ଅଧିଗୃହୀତ ସମସ୍ତ ଜମି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ରେକର୍ଡ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ ଶ୍ରୀମନ୍ଦିରରେ ସୁରକ୍ଷାକୁ ଦୃଷ୍ଟିରେ ରଖି ତାର ଚତୁପାର୍ଶ୍ୱର ୭୫ ମିଟର ପର୍ଯ୍ୟନ୍ତ ଖାଲି କରାଯାଇ ଏହାର ବିକାଶ ଓ ସୌନ୍ଦର୍ଯକରଣ ପାଇଁ ରାଜ୍ୟ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଆଜି ଲୋକାର୍ପିତ ହୋଇଥିବା ଚିଠା ଆର୍କିଟେକ୍ଚୁରାଲ୍ ପ୍ଲାନରେ କେବଳ କରିଡରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ସୁବିଧା ସୁଯୋଗର ବିକାଶ ସାମିଲ ଅଛି । ଶ୍ରୀମନ୍ଦିରର ସୁରକ୍ଷା  ଓ ଫକ୍ସସନାଲିଟି ନିମନ୍ତେ ଯୋଜନା ପ୍ରସ୍ତୁତି ଦାୟିତ୍ୱ ଏ ସଂକ୍ରାନ୍ତରେ ଖ୍ୟାତି ଅର୍ଜନ କରିଥିବା ବୃତ୍ତିଧାରୀ ମାନଙ୍କୁ ଅର୍ପଣ କରିବା ପାଇଁ ସ୍ଥିର କରାଯାଇଛି । ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡି ବ୍ୟବସ୍ଥା କରାଯିବା ସହିତ ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ । ଯାତ୍ରୀମାନଙ୍କ ପାଦ ଓ  ହାତ ଧୋଇବା ନିମନ୍ତେ ଅତ୍ୟାଧୁନିକ ବ୍ୟବସ୍ଥା, ଉପଯୁକ୍ତ ଆଲୋକ, ସିସିଟିଭି ବ୍ୟବସ୍ଥା ସହିତ ପିଇବା ପାଣି ଓ ଶୌଚାଳୟର ବିକାଶ କରାଯିବ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।