PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

୪ ଜାନୁଆରୀରୁ ଶିଶିର ସରସ-୨୦୨୦: ୧୧ଦିନ ପ୍ରଦର୍ଶନୀ ପଡ଼ିଆରେ ଜମିବ ଆସର, ୨୫ଟି ରାଜ୍ୟର ଖୋଲିବ ୩୦୦ଟି ଷ୍ଟଲ୍‌

ଭୁବନେଶ୍ୱର ୨୮/୧୨: ଓଡ଼ିଆ ସାଂସ୍କୃତିକ କ୍ୟାଲେଣ୍ଡରରେ ସ୍ୱତନ୍ତ୍ର ସ୍ଥାନ ପାଇସାରିଥିବା ଜାତୀୟସ୍ତରୀୟ ମେଳା ଶିଶିର ସରସ ଆସନ୍ତା ୪ଜାନୁଆରୀରୁ ଆରମ୍ଭ ହେଉଛି । ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଆସନ୍ତା ୧୪ଜାନୁଆରୀ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ବ୍ୟାପୀ ଚାଲିବ ବୋଲି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ।

ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରାଳୟ ପ୍ରାୟୋଜିତ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଅନୁଷ୍ଠିତ ହେଉଛି ଏହି ମେଳା । ଗ୍ରାମୀଣ ଉତ୍ପାଦକମାନଙ୍କ ସାମଗ୍ରୀଗୁଡ଼ିକୁ ବିପଣନ ସୁବିଧା ଯୋଗାଇ ଦେବା ଲକ୍ଷ୍ୟ ନେଇ ପ୍ରତିବର୍ଷ ଏହି ମେଳା ଆୟୋଜିତ ହୋଇଆସୁଛି । ଏଥର ମେଳାରେ ମୋଟ ୩୦୦ଟି ଷ୍ଟଲ ସ୍ଥାନ ପାଇଛି । ମିନି ଇଣ୍ଡିଆ ବଜାର ସଦୃଶ ଏହି ମେଳାରେ ଭାରତର ୨୫ଟି ରାଜ୍ୟ ଅଂଶଗ୍ରହଣ କରୁଛନ୍ତି । ଏଥିପାଇଁ ଆୟୋଜକଙ୍କ ତରଫରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମେଳା ପରିସରକୁ ପରିଷ୍କାର ରଖିବା, ପ୍ଲାଷ୍ଟିକ୍‌ ମୁକ୍ତ କରିବା, ପାନୀୟ ଜଳ ସୁବିଧା, ସୁରକ୍ଷା, ଆଲୋକ ସୁବିଧା ସହ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ରାଜ୍ୟର ୩୦ଜିଲ୍ଲାରୁ ସ୍ୱୟଂସହାୟକ ଗୋଷ୍ଠୀ ଓ ଉତ୍ପାଦକ ଗୋଷ୍ଠୀ ମଧ୍ୟ ସେମାନଙ୍କ ହାତ ତିଆରି ସାମଗ୍ରୀ ଧରି ମେଳାରେ ସାମିଲ ହେବ ।

ଏଥର ବିଶେଷ ଆକର୍ଷଣ ରହିଛି ୧୨ଟି ଷ୍ଟଲ୍‌କୁ ନେଇ ଖୋଲାଯାଇଛି ଫୁଡ୍‌ କୋର୍ଟ । ଯେଉଁଠି ଦେଶୀ-ବିଦେଶୀ ଖାଦ୍ୟର ମଜା ନେବେ ଗ୍ରାହକ । ବାରିପଦାର ମୁଢ଼ି-ମାଂସ, କେନ୍ଦ୍ରାପଡ଼ାର ରସାବଳି, ଖୋର୍ଦ୍ଧା ସ୍ୱୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କ ଦ୍ୱାରା ପାରମ୍ପରିକ ପିଠା ସହ ମିଲେଟ ମିଶନ ଦ୍ୱାରା ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀ ବିକ୍ରି ହେବ । ରାଜ୍ୟ ବାହାରୁ ବିହାର, ଗୁଜୁରାଟ, ମହାରାଷ୍ଟ୍ର, ତେଲେଙ୍ଗାନା, ଛତିଶଗଡ଼, ଝାଡ଼ଖଣ୍ଡ, ହରିୟାଣା, କେରଳ ପାରମ୍ପରିକ ଖାଦ୍ୟମାନ ମଧ୍ୟ ବିକ୍ରି ହେବ ।

ଏଥିସହିତ ପ୍ରଥମ ଥର ପାଇଁ ସ୍‌ୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ଏବଂ ଉତ୍ପାଦକ ଗୋଷ୍ଠୀମାନଙ୍କ ଉତ୍ପାଦଗୁଡ଼ିକର ଉଦ୍ୟୋଗ ଆଧାର ଓ ଜିଇଏମ୍‌ ପଞ୍ଜୀକରଣ ପାଇଁ ସାଧନ କେନ୍ଦ୍ର ବ୍ୟବସ୍ଥା ହୋଇଛି । ବିକ୍ରିବଟା ସହ ପ୍ରତି ସନ୍ଧ୍ୟାରେ ଦର୍ଶକ ଏବଂ ଗ୍ରାହକଙ୍କ ମନୋରଞ୍ଜନ ପାଇଁ ପ୍ରତି ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଶାସ୍ତ୍ରୀୟ, ପାରମ୍ପରିକ ଲୋକନୃତ୍ୟ ଓ ଗୀତ ସହିତ ବ୍ୟଙ୍କ କଳାକାରମାନେ ଦର୍ଶକଙ୍କୁ ଭରପୂର ମନୋରଞ୍ଜନ ଦେବେ । ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରଚଳିତ ପୋଷାକ ଏବଂ ହସ୍ତଶିଳ୍ପ ସାମଗ୍ରୀ ନେଇ ଏକ ଫ୍ୟାସନ ସୋ’ ଆୟୋଜିତ ହେବ ।

ମେଳାରେ ଉତ୍ତର-ପୂର୍ବ ରାଜ୍ୟର ବାଉଁଶ ଶିଳ୍ପ ସାମଗ୍ରୀ, ଘରସଜ୍ଜା ଫୁଲ, ଫୁଲଦାନୀ, ଶୀତ ପୋଷାକ, ଉତ୍ତରପ୍ରଦେଶର ହସ୍ତତନ୍ତ୍ର, ସିଲ୍କ, ରଟ୍‌ ଆଇରନ୍‌ ସାମଗ୍ରୀ, ମଧ୍ୟପ୍ରଦେଶ ଓ ଛତିଶଗଡ଼ର ଟସର କପଡ଼ା ଓ ଲୁଗା, ରାଜସ୍ଥାନ, ଗୁଜୁରାଟ ଓ ମହାରାଷ୍ଟ୍ରର ଖାଦ୍ୟ, ଆନ୍ଧ୍ରପ୍ରଦେଶ ଓ ତାମିଲନାଡ଼ୁର ହସ୍ତତନ୍ତ ଓ ଘରକରଣା ସାମଗ୍ରୀ, ପଞ୍ଜାବର ଫୁଲକରୀ ପୋଷାକ ସହିତ ଜମ୍ମୁ ଓ କାଶ୍ମୀରର ଶୀତ ପୋଷାକ ଓ ଡ୍ରେସ୍‌ ସାମଗ୍ରୀ ଅନ୍ୟତମ । ସେହିପରି ବାଲେଶ୍ୱର, ବଲାଙ୍ଗିର, କେନ୍ଦୁଝର, ସୁବର୍ଣ୍ଣପୁରର ଟେରାକୋଟା ସାମଗ୍ରୀ, ରାୟଗଡ଼ା, କନ୍ଧମାଳ ଓ ନୂଆପଡ଼ାର ଖାଦ୍ୟ ଓ ମସଲା, ବରଗଡ଼, ସୁବର୍ଣ୍ଣପୁର ଓ ବଲାଙ୍ଗୀରର ହସ୍ତତନ୍ତ ସାମଗ୍ରୀ, କୋରାପୁଟ, ମୟୂରଭଞ୍ଜ, ମାଲକାନଗିରି ଓ କଳାହାଣ୍ଡିର ବନଜାତ ଦ୍ରବ୍ୟ, କେନ୍ଦ୍ରାପଡ଼ାର କାଇଁଚରୁ ପ୍ରସ୍ତୁତ ସାମଗ୍ରୀ, ମୟୂରଭଞ୍ଜର ସବାଇ ଘାସରୁ ପ୍ରସ୍ତୁତ ଘରକରଣା ସାମଗ୍ରୀ ଓ କାଠ ଜିନିଷ ମଧ୍ୟ ମେଳାରେ ଉପଲବ୍ଧ ହେବ ।

ସମ୍ବନ୍ଧିତ ଖବର