PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ରକ୍ତ ସମ୍ପର୍କରେ କଳଙ୍କ: ଝିଅକୁ ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲା ବାପା, ପୂର୍ବରୁ ପୀଡ଼ିତାଙ୍କ ବାନ୍ଧବୀଙ୍କ ଥଣ୍ଡାରେ ନିଶା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ…

ଜଗତସିଂହପୁର ୦୩/୦୬: ତିର୍ତ୍ତୋଲ ଥାନା ଅଞ୍ଚଳର ଏକ ଗାଁରେ ଜଣେ ନାବାଳିକାଙ୍କୁ ତାଙ୍କ ବାପା ଦୁଷ୍କର୍ମ କରିଥିବା ଅଭିଯୋଗ ପରେ ଘଟଣାରେ ତିର୍ତ୍ତୋଲ ପୁଲିସ ଅଭିଯୁକ୍ତ ବାପାକୁ ଗିରଫ କରିଛି ।

ସୂଚନା ମୁତାବକ ଗତ କିଛି ମାସ ତଳେ ଉକ୍ତ ନାବାଳିକା ଜଣଙ୍କ ନିଖୋଜ ହୋଇଯାଇଥିଲେ । ପରେ ସେ ଉଦ୍ଧାର ମଧ୍ୟ ହୋଇଥିଲା । ଉଦ୍ଧାର ହେବା ପରେ ସେ ଜଣେ ଯୁବକ ସହିତ ପଳାଇଥିବା ନେଇ ପୁଲିସ ସୂତ୍ରରୁ ସୂଚନା ମିଳିଥିଲା । କିନ୍ତୁ ସେତେବେଳେ ବାପା ମାଆ ପିଟାପିଟି କରୁଥିବାରୁ ଘର ଛାଡ଼ି ଯାଇଥିବା ନେଇ ନାବାଳିକା ଜଣଙ୍କ ଜିଲ୍ଲା ଶିଶୁ ମଙ୍ଗଳ ସମିତିରେ ବୟାନ ଦେଇଥିଲେ । ତା’ପରେ ତାଙ୍କୁ ଘର ଜିମା ଦିଆଯାଇଥିଲା । ହେଲେ ଗତକାଲି ପୁଣି ସେହି ନାବାଳିକା ତାଙ୍କ ବାପାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି । ଅଭିଯୋଗ ପରେ ପୁଲିସ ଅଭିଯୁକ୍ତ ବାପାକୁ ଗିରଫ କରିଛି ।

ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ଖବର ଅନୁସାରେ କିଛିଦିନ ତଳେ ପୀଡ଼ିତା ନାବାଳିକାଙ୍କର ଜଣେ ବାନ୍ଧବୀ ତାଙ୍କ ଘରକୁ ବୁଲି ଆସିଥିବା ବେଳେ ତାଙ୍କୁ ମଧ୍ୟ ଥଣ୍ଡାରେ ନିଶା ପାନୀୟ ଦେଇ ନାବାଳିକାଙ୍କ ବାପା ଦୁଷ୍କର୍ମ କରିଥିବା ଅଭିଯୋଗ ପୁଲିସ ପାଖକୁ ଆସିଥିଲା । ଏଭଳି ଅଭିଯୋଗ ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି ।