PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଜିମ୍ ଭିତରୁ ସିକ୍ୟୁରିଟି ଗାର୍ଡଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା !

ଭୁବନେଶ୍ୱର, ୦୧/୦୬ : ଜିମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଭୁବନେଶ୍ୱର କଳ୍ପନା ଭଞ୍ଜକଳା ନିକଟରେ ଥିବା ଏକ ଜିମ୍ ଭିତରୁ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ ରଞ୍ଜିତ ନାୟକ। ସେ ୬ ନମ୍ବରରେ ରୁହନ୍ତି। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରହିଛି ।  

ସୂଚନାନୁଯାୟୀ, ଆଜି ସକାଳେ ଜିମ୍‌ର ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା ।  ମୃତକ ନୟାଗଡ଼ ରଣପୁର ଅଞ୍ଚଳର ରଞ୍ଜିତ ନାୟକ ବୋଲି ଜଣାପଡିଛି । ସେ ଏହି ଜିମ୍‌ରେ ୨ବର୍ଷ ହେଲା ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ । ତେବେ ହଠାତ୍‌ ତାଙ୍କର ଏପରି ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିବା , ସମସ୍ତଙ୍କୁ ଆଶ୍ଚ୍ୟର୍ଯ୍ୟ କରିଛି ।

ତେବେ ରଞ୍ଜିତଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଇଯାଇଥିବା ରଞ୍ଜିତଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ କରୁଛି।