ସଗଡ଼ଭଙ୍ଗା ଜଙ୍ଗଲରେ ମହିଳାଙ୍କୁ ଦୁଷ୍କର୍ମ କରି ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଅଭିଯୁକ୍ତ: ଥାନାରେ ଅଭିଯୋଗ କଲେ ଯୁବତୀ

ଖୋର୍ଦ୍ଧା, ୨୯/୧୦: ଖୋର୍ଦ୍ଧା ଜିଲ୍ଲା ସିକୋ ସଗଡ଼ଭଙ୍ଗା ଜଙ୍ଗଲରେ ଜଣେ ମହିଳାଙ୍କୁ ନୁର ମହମ୍ମଦ ନାମକ ଜଣେ ଯୁବକ ଦୁଷ୍କର୍ମ କରିଥିବା ସିକୋ ଫାଣ୍ଡିରେ ଅଭିଯୋଗ ହୋଇଥିବା ଜଣାପଡ଼ିଛି ।

ଘଟଣାରୁ ଜଣାପଡ଼ିଛି ଯେ, ନୟାଗଡ଼ ଜିଲ୍ଳା ରଣପୁର ଅଞ୍ଚଳର ଜନୈକ ମହିଳା ଏବଂ ନୁର ମହମ୍ମଦ ନାମକ ଜଣେ ଯୁବକ ଜାମୁସାହି ଆସିଥିଲେ। ଫେରିବା ସମୟରେ ନୁର ବିଭିନ୍ନ ପ୍ରଲୋଭନ ଦେଖାଇ ସଗଡ଼ଭଙ୍ଗା ଜଙ୍ଗଲରେ ଉକ୍ତ ମହିଳାଙ୍କୁ ଦୁଷ୍କର୍ମ କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା । ପରେ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଥିଲେ । ସିକୋ ଫାଣ୍ଡି ପୁଲିସ ଏ ଘଟଣାରେ ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ତାକୁ ଗିରଫ କରିବାକୁ ପୁଲିସ ଉଦ୍ୟମ ଜାରି ରଖିଥିବା ଏସ୍‌ଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି।

   ସମ୍ବନ୍ଧିତ ଖବର


ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଜଣେ ଯବାନ ସହିଦ,୧୦ ଗୁରୁତର

ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ – ମହିଳା କହିଲେ , ୧୦ ବର୍ଷ ଯାଏ କରିଛନ୍ତି ଯୌନ ଶୋଷଣ

ଦିନିକିଆ କ୍ରିକେଟରେ ଟିମ୍‌ ଇଣ୍ଡିଆ ନାମରେ ଅଲୋଡା ରେକର୍ଡ, ୯୭୮ଟି ମ୍ୟାଚ୍‌ ପୂର୍ବରୁ କେବେ ହୋଇ ନଥିଲା ଏମିତି..

୧୦ ଦିନରେ ସରିଲା ଶୀତ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

ଟାଟା ମ୍ୟାଜିକରେ ହଠାତ୍ ଲାଗିଗଲା ନିଆଁ, ଜୀଅନ୍ତା ଜଳି ଦୁଇ ଜଣଙ୍କର ମୃତ୍ୟୁ

ରାଜନୀତିରେ ପୁଣି ପାଦ ରଖିବେ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର, ଆସନ୍ତାକାଲି ଶିବସେନାରେ ହେବେ ସାମିଲ୍‌…