PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଜଷ୍ଟିସ ବିମଳ ପ୍ରସାଦ ଦାସ ମାନବାଧିକାର କମିଶନ ଅଧ୍ୟକ୍ଷ, ଅସୀମ ଅମିତାଭ ଦାଶ ହେଲେ ସଦସ୍ୟ

ଭୁବନେଶ୍ୱର ୨୩।୮: ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିମଳ ପ୍ରସାଦ ଦାସ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି । ସେହିଭଳି ଆଇନଜୀବୀ ଅସୀମ ଅମିତାଭ ଦାଶ କମିଶନଙ୍କ ସଦସ୍ୟ ଭାବେ ମଧ୍ୟ ନିଯୁକ୍ତି ପାଇଛନ୍ତି । ଏ ଦୁଇ ନାଁରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୋହର ମାରିବା ପରେ ଆଜି ଏ ନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୀର୍ଘ ୭ ବର୍ଷ ପରେ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ପଦବି ଖାଲି ପଡ଼ିବା ପରେ ସରକାର ନୂଆ ନିଯୁକ୍ତି ଦେଇଛନ୍ତି ।
ମାନବାଧିକାର କମିଶନରେ ସଦସ୍ୟ ଭାବେ ନିଯୁକ୍ତି ପାଇଥିବା

ଶ୍ରୀ ଦାଶ ଆଜି ବିଜ୍ଞପ୍ତି ପରେ ସାଙ୍ଗେ ସାଙ୍ଗେ କମିଶନ କାର୍ଯ୍ୟାଳୟକୁ ଆସି ଦାୟିତ୍ୱ ଗ୍ରହଣ କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ ଏ କମିଶନର ସଦସ୍ୟ ଭାବେ ସେ ନିଜ ଦାୟିତ୍ୱ ନିଷ୍ଠାର ସହ ତୁଲାଇବେ ବୋଲି ଶ୍ରୀ ଦାସ କହିଛନ୍ତି ଉଲ୍ଲେଖଯୋଗ୍ୟ, ରାଜ୍ୟ ମାନବାଧିକାର କମିଶନ ସ୍ଥାୟୀ ଅଧ୍ୟକ୍ଷ ପଦବି ଦୀର୍ଘ ୭ ବର୍ଷ ହେବ ଖାଲି ପଡ଼ିଛି । ୨ ଜଣ ସଦସ୍ୟ ବିଶିଷ୍ଟ ଏ କମିଶନ ଏବେ ଜଣେ ସଦସ୍ୟରେ ୬ ବର୍ଷ ହେବ ଚାଲିଛି । ଏ ସଦସ୍ୟ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଛନ୍ତି । କମିଶନଙ୍କ ନିକଟରେ ପ୍ରାୟ ୧୫ ହଜାର ମାମଲା ବିଚାର ନହୋଇ ଗଡୁଛି

କମିଶନ ଅଧ୍ୟକ୍ଷ ଓ ସଦସ୍ୟ ପଦ ପାଇଁ ଯୋଗ୍ୟ ବ୍ୟକ୍ତି ଚୟନ କରିବାକୁ ଗତ ସୋମବାର ସନ୍ଧ୍ୟାରେ ରାଜ୍ୟ ଅତିଥି ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ସହମତିକ୍ରମେ ୬ ଜଣଙ୍କ ନାମ ରାଜ୍ୟପାଳଙ୍କ ନିକଟକୁ ପଠାଯାଇଥିଲା । ଖାଲିଥିବା ଅଧ୍ୟକ୍ଷ ପଦ ପାଇଁ ୩ ଜଣ ଓ ଗୋଟିଏ ସଦସ୍ୟ ପଦ ପାଇଁ ୩ ଜଣଙ୍କ ନାଁ ରାଜଭବନକୁ ପଠାଯାଇଥିଲା । ରାଜ୍ୟପାଳଙ୍କ ମୋହର ପରେ ଆଜି ସରକାର ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି । ସୂଚନାଯୋଗ୍ୟ, ଜଷ୍ଟିସ ବିପି ଦାସ ଶ୍ରୀମନ୍ଦିର ସଂସ୍କାର କମିଶନ ଅଧ୍ୟକ୍ଷ ଭାବେ ନିକଟରେ ରାଜ୍ୟ ସରକାରଙ୍କୁ କରିଥିବା ସୁପାରିସ ଆଧାରରେ ଶ୍ରୀମନ୍ଦିରର ସୁରକ୍ଷା ଓ ଭକ୍ତଙ୍କ ସୁବିଧା ପାଇଁ ମନ୍ଦିର ଚତୁଃପାଶ୍ୱର୍ରୁ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି ।

ସମ୍ବନ୍ଧିତ ଖବର