PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

‘କାଳିଆ’ ଦେଶକୁ ବାଟ ଦେଖାଇଛି: ମୁଖ୍ୟମନ୍ତ୍ରୀ

ରାଉରକେଲା,୧ା୩(ବ୍ୟୁରୋ): କାଳିଆ ଯୋଜନା ସାରା ଦେଶକୁ ବାଟ ଦେଖାଇଛି । ଏହି ଯୋଜନା ଦ୍ୱାରା ରାଜ୍ୟର ବହୁ ଚାଷୀ ଉପକୃତ ହୋଇଛନ୍ତି । ଦେଶକୁ ମହିଳା, ଯୁବକ ଓ ଚାଷୀ ସମୃଦ୍ଧ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲା ସେକ୍ଟର-୧୩ ବିମାନ କ୍ଷେତ୍ର ନିକଟସ୍ଥ ପଡ଼ିଆରେ ଆୟୋଜିତ କାଳିଆ ସମାବେଶରେ ମୁଖ୍ୟମନ୍ତ୍ରୀ ଏହି ବକ୍ତବ୍ୟ ଦେଇଥିଲେ ।
ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ ଆସୁଥିବା ନେଇ ସକାଳୁ ଚଳଚଞ୍ଚଳ ହୋଇ ଉଠିଥିଲା ଇସ୍ପାତ ସହର । ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଶହ ଶହ ଲୋକ ପଡ଼ିଆରେ ଏକାଠି ହୋଇଥିଲେ । ଅପରାହ୍‌ଣ ୪ଟାରେ ବିମାନ ଯୋଗେ ମୁଖ୍ୟମନ୍ତ୍ରୀ ବିମାନ କ୍ଷେତ୍ରରେ ପହଞ୍ଚିଥିଲେ । ସେଠାରୁ କଡ଼ା ସୁରକ୍ଷା ମଧ୍ୟରେ ଉକ୍ତ ସମାବେଶ ସ୍ଥଳକୁ ଆସିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭୩୦ କୋଟି ଟଙ୍କାର ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ମୋର ସରକାର ଗରିବ, ଚାଷୀ ଓ ମୂଲିଆଙ୍କ ସରକାର । ସେମାନଙ୍କ ଉନ୍ନତି ମୋର ପ୍ରଥମ ଲକ୍ଷ୍ୟ । ଚାଷୀ, କ୍ଷୁଦ୍ର ଚାଷୀ, ଭାଗ ଚାଷୀ ଓ ଶ୍ରମିକ ଏହି କାଳିଆ ଯୋଜନାରେ ଉପକୃତ ହୋଇଛନ୍ତି । ଚାଷୀଙ୍କ ପିଲାମାନଙ୍କ ପାଠପଢ଼ା ପାଇଁ କାଳିଆ ଛାତ୍ରବୃତ୍ତି ଯୋଜନା କରାଯାଇଛି । ସେମାନଙ୍କ ପିଲାମାନେ ଉଚ୍ଚତର ଶିକ୍ଷା ପାଇଁ ଆଉ ବଞ୍ଚିତ ହେବେ ନାହିଁ । ଏଣୁ ରାଜ୍ୟ ସରକାର ଅର୍ଥ ବହନ କରିବେ । ଚାଷୀଙ୍କୁ ୦%ରେ ଋଣ ଦିଆଯାଉଛି । ମିଶନ ଶକ୍ତିର ମହିଳାଙ୍କୁ ବିନା ସୁଧରେ ମଧ୍ୟ ଋଣ ମିଳୁଛି । ଚାଷୀମାନେ ଯେପରି ଋଣ ପାଇବାରୁ ବଞ୍ଚିତ ହେବେ ନାହିଁ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଓଡ଼ିଶା ଚଳଚ୍ଚିତ୍ର ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ ଏହି ସମାବେଶରେ ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ ୨୦ଜଣ ଚାଷୀଙ୍କୁ ପରିଚୟପତ୍ର ବଣ୍ଟନ କରାଯାଇଥିଲା ।

ସମ୍ବନ୍ଧିତ ଖବର