PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଘୋଷଣା

ନୂଆଦିଲ୍ଲୀ / ବେଙ୍ଗାଲୁରୁ –କର୍ଣ୍ଣାଟକକୁ ଆଜି ନୂଆ ମୁଖ୍ୟମନ୍ତ୍ରୀ ମିଳି ଯାଇଛି । ବିଏସ୍ ୟେଦିୟୁରପ୍ପା ସୋମବାର ନିଜ ପଦରୁ ଇସ୍ତଫା ଦେଇଥିଲେ , ଏହାପରେ ଆଜି ବେଙ୍ଗାଲୁରୁରେ ବିଜେପି ବିଧାୟକ ଦଳର ବସବରାଜ ବୋମ୍ମଇଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି ।

କାର୍ଯ୍ୟବାହୀ ସିଏମ୍‌ ୟେଦିୟୁରପ୍ପା କେନ୍ଦ୍ରୀୟ ମନ୍ତ୍ରୀ ଜି କିଶନ ରେଡ୍ଡୀ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ହୋଟେଲରେ ପହଞ୍ଚିଥିଲେ । ସେଠାରେ ବିଧାୟକ ଦଳର ବୈଠକ ହୋଇଥିଲା । ବୈଠକରେ ବସବରାଜ୍‌ଙ୍କ ନାମରେ ମୋହର ବାଜିଥିଲା । ଏହି ଭିତରେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ସବୁଠୁ ଆଗରେ ଥିବା  ବସବରାଜ ବୋମ୍ମଇ ମଧ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଥିଲେ ।

ଆସନ୍ତାକାଲି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋମ୍ମଇ । ସୂଚନା ଯେ , କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିଲେ ବସବରାଜ ବୋମ୍ମଇ , ବିଶ୍ୱେଶ୍ୱରା ହେଗଡେ କଗେରୀ ଓ କେନ୍ଦ୍ରୀୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ।

ସମ୍ବନ୍ଧିତ ଖବର