PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ

ନୂଆଦିଲ୍ଲୀ, ୨୮/୦୭ : କର୍ଣ୍ଣାଟକରେ ଆରମ୍ଭ ହେଲା ବୋମାଇ ଯୁଗ। କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ। କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଥାବରଚାନ୍ଦ ଗେହଲୋଟ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବିଏସ୍ ୟେଦିୟୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ରାଜ୍ୟରେ କିଏ ହେବ ନୂଆ ମୁଖ୍ୟମନ୍ତ୍ରୀ ? ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ଏହାପରେ ବିଧାୟକ ଦଳ ବୈଠକରେ ୟେଦିୟୁରପ୍ପା ବାସବରାଜ ବୋମାଇଙ୍କ ନାମ ପ୍ରସ୍ତାବିତ କରିଥିଲେ। ସର୍ବ ସମ୍ମତି କ୍ରମେ ଏବେ ବାସବରାଜ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି।

୬୧ ବର୍ଷୀୟ ବାସବରାଜ ବୋମାଇ ଲିଙ୍ଗାୟତ ସମ୍ପ୍ରଦାୟର। ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଆର୍ ବୋମାଇଙ୍କ ପୁଅ ହେଉଛନ୍ତି ବାସବରାଜ ବୋମାଇ। ସେ ୧୯୮୮ରୁ ୧୯୮୯ ମଧ୍ୟରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ବାସବରାଜ ଜନତା ଦଳରୁ ତାଙ୍କର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ଏହାପରେ ସେ ଭାରତୀୟ ଜନତା ପାର୍ଟିରେ ଅଂଶ ହୋଇଥିଲେ। ସୋମବାର ଦିନ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ବିଏସ୍ ୟେଦିୟୁରପ୍ପା। ମୁଖ୍ୟମନ୍ତ୍ରୀ ଗାଦିରେ ୨ ବର୍ଷ ରହିବା ପରେ ଇସ୍ତଫା ଦେଇଛନ୍ତି ୟେଦିରୁପ୍ପା। 

୬୧ ବର୍ଷୀୟ ବୋମ୍ମଇ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ନେତୃତ୍ୱରେ ପରିଚାଳିତ ସରକାରରେ ଗୃହ, ଆଇନ, ସଂସଦୀୟ ଏବଂ ବଧାୟୀ କାର୍ଯ୍ୟ ବିଭାଗରେ ମନ୍ତ୍ରୀ ଦାୟିତ୍ୱ ନେଇଥିଲେ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ ବୋମ୍ମାଇଙ୍କ ନାମ ମୁଖ୍ୟମନ୍ତ୍ରୀ ହୋଇଥିବା ପିତା-ପୁତ୍ର ଯୋଡ଼ିରେ ସାମିଲ ହୋଇଗଲା । ଏହା ପୂର୍ବରୁ ଦେବେଗୌଡ଼ା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ପରେ ତାଙ୍କର ପୁତ୍ର ଏଚ୍‌ଡି କୁମାରସ୍ୱାମୀ ମଧ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ ।