PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଜନନୀ ଯନ୍ତ୍ରଣା : ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

କରଞ୍ଜିଆ, ୩୦/୦୫ : ଜନନୀ ଯନ୍ତ୍ରଣା। ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ। ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଳକ ଶିମିଳିପାଳ ପାଦଦେଶରେ ଥିବା ଦୁଧିଆଣି ଗ୍ରାମପଞ୍ଚାୟତର ବଡ଼ ବାର୍ହାକାମୁଡା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଘଟଣା। ବାତ୍ୟା ‘ୟାସ’ ପରେ ରାସ୍ତାଘାଟ ଧୋଇ ଯାଇଥିବାରୁ ଗାଁରେ ଆମ୍ବୁଲାନ୍ସ ପହଁଚି ପାରିଲା ନାହିଁ। ଫଳରେ ଜଣେ ଗର୍ଭବତୀ ୩ କି.ମି ଖଟିଆରେ ବୁହା ହୋଇ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି।

ସୂଚନାନୁଯାୟୀ, ବାତ୍ୟା ‘ୟାସ’ ପରେ କରଞ୍ଜିଆ ବ୍ଳକ ଶିମିଳିପାଳ ପାଦଦେଶରେ ଥିବା ଦୁଧିଆଣି ଗ୍ରାମପଞ୍ଚାୟତର ବଡ଼ ବାର୍ହାକାମୁଡା ଗ୍ରାମର ରାସ୍ତାଘାଟ ଧୋଇଯାଇଛି। ଫଳରେ ଗାଁକୁ ପହଞ୍ଚିପାରିଲାନି ଆମ୍ବୁଲାନ୍ସ। ଉକ୍ତ ଗ୍ରାମର ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ଗ୍ରାମବାସୀମାନେ ନଦୀନାଳ, ଜଙ୍ଗଲ ରାସ୍ତା ଦେଇ ପ୍ରାୟ ୩ କି.ମି ଖଟିଆରେ ବୋହିଆଣି ହାତୀବାରି ଗ୍ରାମରୁ ଆମୁଲାନ୍ସ ଯୋଗେ ତାଟୋ ଗୋଷ୍ଠିସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।