କରୋନାରେ କୋରାପୁଟ ଥାନା ଆଇଆଇସିଙ୍କର ମୃତ୍ୟୁ

କୋରାପୁଟ- କୋରାପୁଟ ଟାଉନ ଥାନାରେ କାର୍ଯ୍ୟରତ ଆଈଆଈସି ପିତବାସ ଧାରୁଆ ଙ୍କ ର ଗୁରୁବାର ସକାଳେ ମୃତ୍ୟୁ ହୋଇଛି । ଗତ ୨୦ ଦିନ ତଳେ ସେ କରୋନା ଆକ୍ରାନ୍ତ ହେବା ପରେ କୋରାପୁଟରେ ଚିକିତ୍ସିତ ହେଉଥିଲେ । କିଛି ଦିନ ତଳେ ତାଙ୍କ ସ୍ବାସ୍ୟାବସ୍ଥାରେ ଉନ୍ନତି ଆସିଥିଲା । ଚାରିଦିନ ତଳେ ସେ ପୁଣି ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଥିଲା ।

ଚିକିତ୍ସାଧିନ ଅବସ୍ଥାରେ ଗୁରୁବାରରେ ତାଙ୍କର ମୃତ୍ୟୁ ହୋଇଛି । ପୋଲିସ ବିଭାଗର ଜଣେ ବରିଷ୍ଠ କରୋନା ଯୋଦ୍ଧାଙ୍କୁ ହରାଇବା ପରେ କୋରାପୁଟ ଜିଲ୍ଲା ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି ।
ପୀତବାସ ଧାରୁଆଙ୍କ ଗାଁ ନବରଙ୍ଗପୁର ଜିଲା କୋଡିଙ୍ଗା ନିକଟସ୍ଥ ଶଙ୍କରଡା ବୋଲି ଜଣାପଡିଛି ।

   ସମ୍ବନ୍ଧିତ ଖବର


କେମିତି କଟିବ ଆଜି, ପଢନ୍ତୁ ନିଜର ଭାଗ୍ୟ ଭବିଷ୍ୟ…

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଉତ୍କଳୀୟ କଳା ଶୈଳୀ ଅନୁସାରେ ହେବ ଶ୍ରୀମନ୍ଦିର ଦ୍ୱାର ନିର୍ମାଣ କାର୍ଯ୍ୟ- ରୂପା ଛାଉଣୀ କାର୍ଯ୍ୟ ଆଗାମୀ ୧୦ ଦିନ ଭିତରେ ଆରମ୍ଭ ହେବ

ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ

ଓଟିଭିର ଆଉ ଏକ ଜମି କେଳେଙ୍କାରୀ, ରାଜଧାନୀରେ ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା

ସାଂଘାତିକ ଷଡଯନ୍ତ୍ର-ପ୍ରେମିକ ସହ ମିଶି ଛାଡପତ୍ର ପାଇଁ ପତିଙ୍କ ପ୍ରାଇଭେଟ୍‌ ପାର୍ଟ କାଟିବା ପାଇଁ ଚେଷ୍ଟା କରୁଥିଲେ ନବ ବିବାହିତା