PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ସନ୍ଧ୍ୟାବେଳେ ବେଳାଭୂମିରେ ବସିଥିବା ବେଳେ ମୁଣ୍ଡ ଉପରେ ପଡ଼ିଲା ଚଡ଼କ, ଛାତ୍ର ମୃତ ଛାତ୍ରୀ ଗୁରୁତର
  • ||
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ଧାନବସ୍ତା ତଳେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ

ଦେବଗଡ, ୧୮।୧ ଦେବଗଡ ଜିଲ୍ଲା ବଣିଆକିଲିଣ୍ଡା ଠାରେ ଥିବା ମହାଲକ୍ଷ୍ମୀ ରାଇସ୍ ମିଲରେ ଧାନ ବସ୍ତା ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକଙ୍କ ନାମ ଟୁଲୁ ସାହୁ।

ଅନ୍ୟ ଶ୍ରମିକଙ୍କ ସହ ମିଶି ଟୁଲୁ ଧାନ ବସ୍ତା ଥାକ ମାରୁଥିଲେ। ହଠାତ୍ ଧାନ ବସ୍ତା ସବୁ ଭୁଷୁଡି ପଡିଥିଲା। ଫଳରେ ଧାନ ବସ୍ତା ମଧ୍ୟରେ ଶ୍ରମିକମାନେ ଚାପି ହୋଇ ଯାଇଥିଲେ । ଘଟଣାସ୍ଥଳରେ ଥିବା ଅନ୍ୟ ଶ୍ରମିକମାନେ ଧାନ ବସ୍ତା ମଧ୍ୟରୁ ଚାରିଜଣଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନିଜଣ ଆହତ ହୋଇଛନ୍ତି। ଦେବଗଡ ଆଦର୍ଶ ଥାନା ପୋଲିସ ପକ୍ଷରୁ ଘଟଣା ନେଇ ଅନୁସନ୍ଧାନ ଆରମ୍ଭ ହୋଇଛି ।