ଭଦ୍ରକ: ଅଗ୍ନିକାଣ୍ଡରେ ନବବଧୂ ଜୀବନ୍ତ ଦଗ୍ଧ

ଭଦ୍ରକ ୧୨/୫: ଓଗାଳପୁର ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ଭଦ୍ରକ ଗ୍ରାମାଞ୍ଚଳ ଥାନା ଓଗାଳପୁର ଗାଁରେ  ଅଗ୍ନିକାଣ୍ଡ ଘଟି ଜଣେ ନବବଧୂ  ପ୍ରାଣ ହରାଇଛନ୍ତି । ମୃତକ ହେଉଛନ୍ତି ମିନତୀ ଟୁଡ୍ଡୁ ।

ଆଜି ମଧ୍ୟାହ୍ନ ସମୟରେ କୌଣସି କାରଣରୁ  ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡ ସମୟରେ ମିନତୀ ଘର ଭିତରେ ରହିଯାଇଥିଲେ । ଏହି ଅଗ୍ନିକାଣ୍ଡରେ ସାତ ବଖରା ଘର ସମ୍ପୂର୍ଣ୍ଣ ପୋଡି ଧ୍ୱସଂ ହୋଇଯାଇଥିଲା । ଘରୁ ବାହାରି ନପାରିବାରୁ ମିନତୀ ଜୀବନ୍ତ ଦଗ୍ଧ ହୋଇ ପ୍ରାଣ ହରାଇଥିଲେ ।  ଅଗ୍ନିଶମ କର୍ମଚାରୀ ପହଂଚି ନିଆଁକୁ ଆୟତ କରିଥିଲେ । କିନ୍ତୁ ସେତେବେଳକୁ ମହିଳା ଜଣକ ପ୍ରାଣ ହରାଇସାରିଥିଲେ। ଗତ ମାସରେ ମିନତୀଙ୍କ ବିବାହ ହୋଇଥିଲା । ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡି ନାହିଁ । 

   ସମ୍ବନ୍ଧିତ ଖବର


କୂଳପତି ପଦ ପାଇଁ ଆଶାୟୀ ରାଜବନରେ ଦେଇଥିଲେ ଲିଖିତ ପରୀକ୍ଷା, ଏତିକିଟି ପ୍ରଶ୍ନର ଉତ୍ତର ରଖିଲେ ଆଶାୟୀ…

ରାଜ୍ୟ ସରକାର ଜାରି କଲେ ଡିସେମ୍ବର ଗାଇଡଲାଇନ୍

ଏବେ ବାହନ ପଞ୍ଜୀକରଣ ବେଳେ ନୋମିନିଙ୍କ ନାଁ ଦେବାକୁ ପଡିବ, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟର ପ୍ରସ୍ତାବ

ଚୀନ୍ ସୈନିକଙ୍କୁ ଜିନପିଙ୍ଗ୍‌ଙ୍କ ମନ୍ତ୍ର: ମୃତ୍ୟୁକୁ ଭୟ ନକରି ଯୁଦ୍ଧ ଜିତିବାର ପ୍ରସ୍ତୁତି କର

ବ୍ଲାକହୋଲ୍‌ର ଖୁବ୍ ନିକଟରେ ପୃଥିବୀ, ଜାଣନ୍ତୁ ଗବେଷକଙ୍କ ମତ କ’ଣ?

ସମ୍ପତ୍ତି ପାଇଁ ପୁଅ ସାଜିଲା ରାକ୍ଷାସ, ସ୍ତ୍ରୀ ସହ ମିଶି ବାପାକୁ ଗଛରେ ବାନ୍ଧିବା ପରେ ଗଳାକାଟି ହତ୍ୟା କଲା