ପ୍ରମୁଖ ଖବର
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ବ୍ରହ୍ମପୁର: ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲା ସ୍ତ୍ରୀ

ବ୍ରହ୍ମପୁର ୨୨/୧: ପତିହନ୍ତା ସାଜିଲା ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମରେ ।  ପ୍ରେମିକ ସହ ମିଶି ଷଡଯନ୍ତ୍ର ରଚି ନିଜ ସ୍ବାମୀକୁ ହତ୍ୟା କରିଥିବା ଅଭିଯୋଗରେ ଗ୍ରାମବାସୀ ମୃତଦେହକୁ ଗ୍ରାମରେ ଅଟକ ରଖିଥିବାବେଳେ  ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୁଚନା ମୁତାବକ ସୁକୁଣ୍ଡା ଗ୍ରାମର ପ୍ରଫୁଲ୍ଲ ସାହୁ ନାମକ ଜଣେ ବ୍ୟକ୍ତିକୁ ଗତକାଲି ତାଙ୍କ ସ୍ତ୍ରୀ ପିଟି ପିଟି ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେଇ ମେଡିକାଲରେ ଭର୍ତ୍ତି କରାଇଥିଲେ। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ପୋଲିସ ସନ୍ଦେହ କରି ଶବ ବ୍ଯବଛେଦ କରାଇବା ପରେ ତାଙ୍କୁ ହତ୍ୟା କରାଯାଇଥିବା ଜଣା ପଡିଥିଲା । ଏନେଇ ଅଧିକ ତଦନ୍ତ ଆରମ୍ଭ କରିବା ସହ ସ୍ତ୍ରୀ ଓ ତାର ପ୍ରେମିକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.