PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଇସ୍ରୋ ଅଧ୍ୟକ୍ଷଙ୍କ ସୂଚନା,ଲ୍ୟାଣ୍ଡର ବିକ୍ରମର ମିଳିଲା ପତ୍ତା

ନୂଆଦିଲ୍ଲୀ,୮।୯: ଚନ୍ଦ୍ରଯାନ-୨ର ଅନ୍ତିମ ପର୍ଯ୍ୟାୟରେ ଚନ୍ଦ୍ରପୃଷ୍ଠଠାରୁ  ଠିକ୍‌୨.୧ କିଲୋମିଟର ଉପରେ ରହିଥିବା ବେଳେ ବିକ୍ରମ ଲ୍ୟାଣ୍ଡର ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଯାହାଫଳରେ ଇସ୍ରୋର ବୈଜ୍ଞାନିକଙ୍କ ସହ ସାରା ଦେଶବାସୀ ମଧ୍ୟ ନିରାଶ ହୋଇଥିଲେ। ଶେ​‌ଷ ମୁହୁର୍ତ୍ତରେ ଇସ୍ରୋକୁ ଧୋକା ଦେଇଥିବା ବିକ୍ରମ ଲ୍ୟାଣ୍ଡର ସହିତ ସମ୍ପର୍କ ରଖିବା ପାଇଁ ବୈଜ୍ଞାନିକମାନେ ଲଗାତାର ଭାବରେ ଚେଷ୍ଟା ଜାରି ରଖିଛନ୍ତି। ଏହା ଭିତରେ କିନ୍ତୁ ଆଜି ଲ୍ୟାଣ୍ଡର ବିକ୍ରମର ପତ୍ତା ମିଳିବା ନେଇ ଇସ୍ରୋର ସୂଚନା। ତେବେ ବିକ୍ରମ ସହିତ ହୋଇପାରିନି ସମ୍ପର୍କ ହୋଇପାରିନାହିଁ। ତେବେ ଅର୍ବିଟରରୁ ମିଳିଥିବା ଫଟୋରୁ ଏହାର  ପତ୍ତା ମିଳିଛି। ଏହା ସହ ସମ୍ପର୍କ ସ୍ଥାପନ କରିବା ପାଇଁ ଚେଷ୍ଟା ଚାଲିଛି ବୋଲି ଇସ୍ରୋ ଅଧ୍ୟକ୍ଷ କେ ସିଭନ ସୂଚନା ଦେଇଛନ୍ତି।ଖୁବଶୀଘ୍ର ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ ହେବ ବୋଲି ସେ କହିଛନ୍ତି।

ଲ୍ୟାଣ୍ଡର ବିକ୍ରମ ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲେ ମଧ୍ୟ ଚନ୍ଦ୍ର ଚାରିପଟେ ଘୂରିବୁଲୁଥିବା ନେଇ ଇସ୍ରୋକୁ ଅର୍ବିଟର ପଠାଇଛି ଲ୍ୟାଣ୍ଡର ବିକ୍ରମର ଥର୍ମାଲ ଇମେଜ। ଏହା ପରେ ଇସ୍ରୋ ବୈଜ୍ଞାନିକମାନେ ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ଉଲ୍ଲେଖନୀୟ ଯେ, ଶୁକ୍ରବାର-ଶନିବାର ରାତିରେ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ କରିବା ସମୟରେ ଇସ୍ରୋର ଲ୍ୟାଣ୍ଡର ବିକ୍ରମ ସହିତ ସମ୍ପର୍କ ଛିନ୍ନ ହୋଇଥିଲା। ୧୩ ମିନିଟ୍ ୪୮ ସେକେଣ୍ଡ ପର୍ଯ୍ୟନ୍ତ ସମସ୍ତ ପକ୍ରିୟା ଇସ୍ରୋର ବୈଜ୍ଞାଦିକଙ୍କ ଅନୁସାରେ ଚାଲିଥିଲା। ଅଚାନକ ଭାବରେ ଶେଷ ଦେଢ ମିନିଟରେ ଇସ୍ରୋର କନଟ୍ରୋଲ ରୁମ ସହିତ ଏହାର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଏହାପରେ ବୈଜ୍ଞାନିକଙ୍କ ଭିତରେ ନିରାଶ ସୃଷ୍ଟି ହୋଇଥିଲା। ଖୁବ୍ ଅଧିକ ସମୟ ପର୍ଯ୍ୟନ୍ତ ଲ୍ୟାଣ୍ଡର ବିକ୍ରମ ସହିତ ସମ୍ପର୍କ ରଖିବାକୁ ଚେଷ୍ଟା କରାଯାଇଥିଲା କିନ୍ତୁ କୌଣସି ଲାଭ ହୋଇନଥିଲା।

ସମ୍ବନ୍ଧିତ ଖବର