PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ଲଗାଣ ବର୍ଷାରେ ଯୋଗୁଁ ଗୁମ୍ମାରେ ଭୂସ୍ଖଳନ, ମାଟି ଅତଡ଼ା ଖସି ଯାତାୟତ ଠପ୍

ଗଜପତି ୨୬/୦୯: ବଙ୍ଗୋପସାଗର ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରକ ଝଡ଼ ଗୁଲାବ। ବାତ୍ୟା ଯୋଗୁଁ ବିଭିନ୍ନ ଜିଲ୍ଳାରେ ବର୍ଷା ଆରମ୍ଭ ହୋଇଛି। ବର୍ଷା ପ୍ରଭାରେ ଗଜପତି ଜିଲ୍ଲା ଗୁମ୍ମାରେ ଧସିଲା ପାହାଡ଼ରୁ ମାଟି ଅତଡ଼ା ଧସି ପଡିଛି। ଭୂସ୍ଖଳନରେ ନାମନଗଡ଼-ଅଜୟଗଡ଼ ରାସ୍ତାରେ ମାଟି ସହ ବଡ଼ ବଡ଼ ପଥର ପଡିଥିବାରୁ ଉଭୟ ପଟୁ ଯାତାୟତ ଠପ୍ ହୋଇଯାଇଛି। ଏନେଇ ଜିଲ୍ଲା ପ୍ରଶାସନକୁ ସୂଚନା ଦିଆଯାଇ। ରାସ୍ତା ସଫା କରିବା ପାଇଁ ଜିଲ୍ଳା ପ୍ରଶାସନ ପ୍ରକିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଗୁଲାବର ପ୍ରଭାବରେ ଗଜପତି ଜିଲ୍ଲାରେ ୨୨ଟି ବାତ୍ୟା ଆଶ୍ରୟସ୍ଥଳୀରେ ୨୦୦ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର। ସବୁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରଶାସନ ତରଫରୁ ରନ୍ଧା ଖାଦ୍ୟ ଦେବାର ବ୍ୟବସ୍ଥା କରାଯାଇଛି । ଗର୍ଭବତୀ ମହିଳା ମାନଙ୍କୁ ମା’ ଗୃହ ଏବଂ ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି । ଗଜପତି ଜିଲ୍ଲାରେ ଆକାଶ ମେଘାଛନ୍ନ ରହିଥିବା ବର୍ଷା ଲାଗିରହିଛି । ଜିଲ୍ଲାରେ ବାତ୍ୟାର ମୁକାବିଲା ପାଇଁ ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ପ୍ରଶାସନ ତରଫରୁ ୪ଟି ଓଡ୍ରାଏଫ ଟିମକୁ ଜରୁରୀକାଳୀନ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ସମ୍ବେଦନଶୀଳ ଅଞ୍ଚଳକୁ ପଠାଯାଇଛି।

ମାଡ଼ି ଆସୁଛି ସାମୁଦ୍ରକ ବାତ୍ୟା ଗୁଲାବ। ମଧ୍ୟରାତ୍ରୀ ସୁଦ୍ଧା ଗୋପାଳପୁର ଓ କଳିଙ୍ଗପଟ୍ଟନମ୍ ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ ରୁ ୮୫ କି.ମି ରହିବ। ବେଳେବେଳେ ଏହା ୯୫ କି.ମି ହେବାର ସମ୍ଭାବନା ରହିଛି। ପ୍ରାୟ ରାତି ୯ଟା ପରେ ସାମୁଦ୍ରକ ଝଡ ଗୁଲାବ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି। ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ପର୍ଯ୍ୟନ୍ତ ରହିବ। ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ପାଣିପାଗ ବିଭାଗ ସୂଚନାନୁଯାୟୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବାତ୍ୟାର ବେଶି ପ୍ରଭାବ ପଡିବ। ଭୁବନେଶ୍ଵରରେ ମଧ୍ୟ ଦିନ ସାରା ବର୍ଷା ଲାଗି ରହିବ। ଆଜି ଆଉଟର ବେଲ୍ଟ ଉପକୂଳ ଓଡ଼ିଶାରେ ବର୍ଷା ହେବ। ସମ୍ଭାବ୍ୟ ବାତ୍ୟା ଗୁଲାବ ପାଇଁ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ କରାଯାଇଛି। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟକୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଏବଂ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ୧୦ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଏବଂ ନବରଙ୍ଗପୁର।

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍ ଓ ଏନଡିଆରଏଫ୍ ଟିମ୍‌ଙ୍କୁ ନିୟୋଜିତ କରାଯାଇଛି। ଓଡ଼ିଶାକୁ ୧୩ଟି ଏନଡିଆରଏଫ୍ ଟିମ୍ ପଠାଯାଇଛି। ଗଞ୍ଜାମକୁ ୩, ଗଜପତି, ରାୟଗଡ଼ା, କୋରାପୁଟ, ନୟାଗଡ଼ ଜିଲ୍ଲାକୁ ଦୁଇଟି ଲେଖାଏଁ ଟିମ୍ ପଠାଯାଇଛି। ସେହିପରି ଆନ୍ଧ୍ର ପ୍ରଦେଶରେ ୫ଟି ଟିମ୍ ମୁତୟନ କରାଯାଇଛି।