ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଳ ପୁରସ୍କାର-୨୦୨୦ ପାଇଁ ପ୍ରାର୍ଥୀପତ୍ର ଦାଖଲ ଅବଧି ବଢ଼ିଲା

ଭୁବନେଶ୍ୱର ୧୨/୯: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଳ ପୁରସ୍କାର-୨୦୨୦ର ମନୋନୟନ ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ (ଡବ୍ଲୁସିଡି) ତରଫରୁ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖକୁ ସେପ୍ଟେମ୍ବର ୩୦, ୨୦୧୯ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଅନଲାଇନ ମାଧ୍ୟମରେ www.nca-wcd.nic.in ୱେବ ପୋର୍ଟାଲରେ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ ।

ଦେଶର ପ୍ରତିଭାବାନ ଶିଶୁ, ବ୍ୟକ୍ତିବିଶେଷ ଓ ପ୍ରତିଷ୍ଠାନ ମାନଙ୍କୁ ସମ୍ମାନିତ କରିବା ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ତରଫରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଳ ପୁରସ୍କାର ଆରମ୍ଭ କରାଯାଇଛି । ବାଳ ଶକ୍ତି ଓ ବାଳ କଲ୍ୟାଣ ଆଦି ଦୁଇଟି ବର୍ଗରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ।

ବାଳ ଶକ୍ତି ପୁରସ୍କାରର ଲକ୍ଷ୍ୟ ହେଉଛି ନବୋନ୍ମେଷ, ପାଠପଢ଼ା, କଳା, ସଂସ୍କୃତି, ସମାଜସେବା ଓ ସାହସିକତା କ୍ଷେତ୍ରରେ ଅସାଧାରଣ ସଫଳତା ହାସଲ କରିଥିବା ପିଲାମାନଙ୍କୁ ସ୍ୱୀକୃତି ପ୍ରଦାନ କରିବା । ସେହିପରି ଶିଶୁ ବିକାଶ, ଶିଶୁ ସୁରକ୍ଷା ଓ ଶିଶୁ କଲ୍ୟାଣ କ୍ଷେତ୍ରରେ ସେବା କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷ ଓ ଅନୁଷ୍ଠାନମାନଙ୍କୁ ସ୍ୱୀକୃତି ପ୍ରଦାନ ସ୍ୱରୂପ ବାଳ କଲ୍ୟାଣ ପୁରସ୍କାର ପ୍ରଦାନ କରାଯାଇଥାଏ । www.nca-wcd.nic.in ରେ ପୁରସ୍କାର ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ନିର୍ଦ୍ଦେଶାବଳୀ ରହିଛି । ଏହି ପୁରସ୍କାର ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସର ପୁର୍ବ ସପ୍ତାହରେ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦାନ କରାଯାଇଥାଏ ।

   ସମ୍ବନ୍ଧିତ ଖବର


ଫେସବୁକ୍ ଲଞ୍ଚ୍ କଲା ନୂଆ ସେବା, ଖୁବ୍ ଶୀଘ୍ର ଆକାଉଣ୍ଟକୁ କରନ୍ତୁ ଚେକ୍

ଚିନ୍ତାର କଥା ! ପରୀକ୍ଷଣ ସମୟରେ କରୋନା ଟିକାରେ ହେଲା ମୃତ୍ୟୁ…

ଟ୍ରେନରେ ଯାତ୍ରା ସମୟରେ ଲଗେଜ୍ ଚିନ୍ତା ଗଲା, ଏଣିକି ଘରେ ପହଞ୍ଚିବ ସାମଗ୍ରୀ

କରୋନାରୁ ରକ୍ଷା କରିବ ଏହି ‘ଛତୁ’–ଷ୍ଟାର୍ଟ ଅପ୍‌ କମ୍ପାନୀ ତିଆରି କଲେ ଇମ୍ୟୁନିଟି ବୁଷ୍ଟର

କରୋନା ଭୟରେ ଏହି ଦେଶରେ ବନ୍ଦ ହେଲା ମାଛ ମାର୍କେଟ୍, ଲାଗିଲା କର୍ଫ୍ୟୁ

ନବରାତ୍ରୀ ନେଇ ସୋସିଆଲ ମିଡିଆରେ ଅଶ୍ଲୀଳ ପୋଷ୍ଟ, କ୍ଷମା ମାଗିଲା Eros Now