PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ବିଳମ୍ବିତ ରାତିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ବର୍ତ୍ତିଲେ ୨୭ ଯାତ୍ରୀ

ଅନୁଗୁଳ ୨୭/୧୨: ମରଣଯନ୍ତା ପାଲଟିଛି ୫୫ ନମ୍ବର ଜାତୀୟ ରାଜପଥ । ଗୁରୁବାର ବିଳମ୍ବିତ ରାତିରେ ଜରପଡ଼ା ଥାନା ଭାଗିରଥୀପୁରଠାରେ ଟ୍ରକ୍‌-ବସ୍‌ ମୁହାଁମୁହିଁ ଧକ୍କା ହୋଇଛି । ବସ୍‌ରେ ଯାତ୍ରା କରୁଥିବା ୨୭ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୫ରୁ ଊଦ୍ଧ୍ୱର୍ ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ । ଆହତ ଯାତ୍ରୀମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଶୁ ଚିକିତ୍ସା ପରେ ଗନ୍ତବ୍ୟ ସ୍ଥାନକୁ ଫେରିଥିବା ଜଣାପଡ଼ିଛି ।

ଗୁରୁବାର ରାତି ପ୍ରାୟ ୨ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଜାତୀୟ ରାଜପଥରେ ଝାରସୁଗୁଡ଼ାରୁ ଭୁବନେଶ୍ୱର ଯାଉଥିବା ‘ଦିଲଖୁସ’ ବସ୍‌କୁ ତାଲଚେରରୁ ସମ୍ବଲପୁର ଅଭିମୁଖେ କୋଇଲା ନେଇ ଯାଉଥିବା ଟ୍ରକ ଧକ୍କା ଦେଇଥିଲା । ସ୍ଥାନୀୟ ଗ୍ରାମବାସୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ । ପରେ ଜରପଡ଼ା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ପୁଲିସ୍‌ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିବା ସହ ଟ୍ରକ୍‌ ଚାଳକକୁ ଅଟକ ରଖି ତଦନ୍ତ ଚଳାଇଛି ।