PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଲାଇଭ ସୁଇସାଇଡ କଲେ ଯୁବକ

ଝାରସୁଗୁଡା ୧୭/୮:  ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ବୁନ୍ଦିଆ ଅଞ୍ଚଳରେ ଜଣେ ୨୦ ବର୍ଷର ଯୁବକ ଘରେ କବାଟ ବନ୍ଦ କରି ପଙ୍ଖାରେ ଗାମୁଛାରେ ଓହଳି ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ଯୁବକ ଜଣକ ହେଉଛନ୍ତି ବୁନ୍ଦିଆ ଅଞ୍ଚଳର ନୀତିଶ କୁମାର। ନିତୀଶ ଆତ୍ମହତ୍ୟା କରିବାକୁ ଯାଉଛି ବୋଲି ତାଙ୍କ ଭାଇଙ୍କ ନିକଟକୁ ଏକ ଫୋନ କଲ ଆସିଥିଲା।ବଡଭାଇ ଫୋନ କଲ ପାଇବା ପରେ ନୀତିଶ ଶୋଇଥିବା ଘରର କବାଟ ବାଡେଇ ଥିଲେ। କବାଟ ନ ଖୋଲିବାରୁ କବାଟ ଭାଙ୍ଗିବା ପରେ ନୀତିଶ ପଙ୍ଖାରେ ଝୁଲୁଥିବା ଦେଖିଥିଲେ ପରିବାର ସଦସ୍ୟ। ରାମପୁର ଫାଣ୍ଡି ପୋଲିସ ଖବରପାଇ ଘଟଣାସ୍ଥଳରେ ପହଂଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଚଳାଇଛି। କିନ୍ତୁ ପ୍ରାଥମିକ ତଦନ୍ତରୁ ଏହା ଏକ ପ୍ରେମ ଜନିତ ଆତ୍ମହତ୍ୟା ଓ ଆତ୍ମହତ୍ୟା କରିବା ପୂର୍ବରୁ ନିଜ ପ୍ରେମିକାକୁ ଆତ୍ମହତ୍ୟାର ଲାଇଭ ଭିଡିଓ ଦେଖାଇ ଥିବା ପୋଲିସ ଅନୁମାନ କରିଛି। ବର୍ତ୍ତମାନ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରିଛି ପୋଲିସ।

ସମ୍ବନ୍ଧିତ ଖବର