PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ରାଜ୍ୟରେ ବଢିଲା ଲକ୍‌ଡାଉନ୍‌ -ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା

ରାଜ୍ୟରେ ବଢିଲା ଲକ୍‌ଡାଉନ୍‌ ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌ରେ ପୂର୍ବ ସମସ୍ତ କଟକଣା ବଳବତ୍ତର ରହିବ । ଜୁନ୍‌ ଏକ ତାରିଖରେ ଏହି ଲକ୍‌ ଡାଉନ୍‌ର ଅବଧି ଶେଷ ହେଉଥିଲା । ସଂକ୍ରମଣ ରାଜ୍ୟରେ ସାମାନ୍ୟ ହ୍ରାସ ପାଉଥିବାରୁ ଆଗକୁ ରଜ ଏବଂ ସାବିତ୍ରୀ ପରି ପର୍ବ ଥିବାରୁ ଏହି ଲକ୍‌ଡାଉନ୍‌ ସୀମାକୁ ବୃଦ୍ଧି କାଯାଇଛି । ଜୁନ୍‌ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ଏହି ଲକ୍‌ ଡାଉନ୍ ଜାରି କରାଯାଇଛି। ପୂର୍ବପରି ସପ୍ତାହନ୍ତ ସଟ୍‌ଡାଉନ୍‌ ଜାରି ରହିବ ।

ଏହି ସମୟରେ ପୂର୍ବ ଭଳି ଟିକା କରଣ ଏବଂ ଅନ୍ୟ ଜରୁରୀ ସେବା ଜାରି ରହିବ । ପୂର୍ବ ସମୟ ଅବଧି ଅନୁସାରେ ଆବଶ୍ୟକୀୟ ଦୋକାନ ବଜାର ଖୋଲିବ । କଟକଣାକୁ ଜୋରଦାର କରାଯିବ ।

ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ଜୁନ ୧୭ ସକାଳ ୬ଟା ଯାଏଁ ଲକ୍‌ଡାଉନ୍‌ ଅବଧି ଲାଗୁ କରାଯାଇଛି। ହେଲେ ଲକ୍‌ଡାଉନ୍ ସମୟରେ ଟିକାକରଣ ସହ ଜରୁରୀକାଳୀନ ସେବା ଜାରି ରହିବ। ସପ୍ତାହାନ୍ତ ସଟ୍‌ଡାଉନ୍‌ ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ୬ଟା ଯାଏଁ  କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନି। ବାତ୍ୟା ଯୋଗୁଁ ଟେଷ୍ଟିଂ କମିଥିବାରୁ ସଂକ୍ରମିତ ସଂଖ୍ୟାରେ ହ୍ରାସ ଘଟିଛି।