PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଝାମ୍ପିନେଲେ ମହିଳାଙ୍କ ସୁନା ଚେନ୍, ଥାନାରେ ମହିଳାଙ୍କ ଅଭିଯୋଗ

ଭୁବନେଶ୍ବର ୧୧।୮ : ଭୁବନେଶ୍ବରରେ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଲୁଟେରାଙ୍କ ଉତ୍ପାତ କିନ୍ତୁ କମୁନାହିଁ। ପୁଣି ମାତିଲେ ପଲ୍‌ସର ଲୁଟେରା। ମହିଳାଙ୍କଠୁ ଲୁଟିନେଲେ ସୁନାଚେନ୍‌। ଆଖି ପିଛୁଳାକେ ସୁନାଚେନ୍‌ ଧରି ଚମ୍ପଟ ମାରିଲେ ଲୁଟେରା। ନୟାପଲ୍ଲୀ ରେଣ୍ଟାଲ କଲୋନୀ ଛକରୁ ହୋଇଛି ଲୁଟ୍‌ । ସ୍କୁଟିରେ ଯାଉଥିବା ମହିଳାଙ୍କ ସୁନା ଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ। ପଲ୍‌ସରରେ ଆସି ସୁନା ଚେନ୍‌ ଲୁଟିନେଲେ ୨ ଦୁର୍ବୃତ୍ତ। ଏନେଇ ଥାନାରେ ମହିଳା ଅଭିଯୋଗ କରିଛନ୍ତି।

ସୂନଚାଯୋଗ୍ୟ ଯେ, ଗତ କିଛି ଦିନ ତଳେ ଦିବା ଆଲୋକରେ ଘର ସମ୍ନାରୁ ମହିଳା ଭିଜିଲାନ୍ସ ଡିଏସପିଙ୍କୁ ବନ୍ଧୁକ ଦେଖାଇ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ। ଭୁବନଶ୍ବର ୟୁନିଟ୍-୩ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ତେବେ ପୋଲିସ ବେକରୁ ସୁନା ଚେନ୍ ଝାମ୍ପି ନେଇଥିବା ଦୁର୍ବୃତ୍ତ ଏକ କଳା ରଙ୍ଗର ବାଇକରେ ଦୁଇ ଜଣ ଯୁବକ ଭିଜିଲାନ୍ସ ଡିଏସପିଙ୍କୁ ବନ୍ଧୁକ ଦେଖାଇ ସୁନା ଚେନ୍, କାନଫୁଲ ଆଦି ଲୁଟ୍ ଲୁଟି ନେଇଯାଇଥିଲେ।

ଳୁଟେରାଙ୍କ ଲୁଟ୍‌ କୌଶଳ ଜାଣିଲେ ଆପଣ ବି ତାଜୁବ୍‌ ହୋଇଯିବେ। ପ୍ରଥମେ ଘର ଗେଟ୍ ଆଗରେ ଆସି ଲୁଟେରା ଦୁଇ ଜଣ ଠିଆ ହେବା ସହ ଡିଏସପିଙ୍କୁ ଆପଣଙ୍କ ଫୋନ୍ ଆସିଛି କହିଥିଲେ । ନିଅନ୍ତୁ ଫୋନରେ କଥା ହୁଅନ୍ତୁ ବୋଲି କହି ଫୋନ୍ ଦେବାକୁ ଗ୍ରୀଲ୍ ଖୋଲି ଭିତରକୁ ପଳାଇ ଆସିଥିଲେ । ତାପରେ ବନ୍ଧୁକ ଦେଖାଇ ବେକରୁ ସୁନାଚେନ୍ ଲୁଟି ନେଇଥିଲେ ।