PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଝରକା କାଟି ବ୍ୟାଙ୍କରୁ ଲୁଟ୍

ଯାଜପୁର, ୨୯/୧୧ : ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଜହ୍ନା ଗ୍ରାମରେ ଥିବା କାନାରା ବ୍ୟାଙ୍କରୁ ଚୋରି। ରବିବାର ବିଳମ୍ବିତ ରାତିରେ ବ୍ୟାଙ୍କର ପଛପାଖ ଝରକା କାଟି କେହି ଦୁର୍ବୃତ୍ତ ଚୋରି କରିଥିବା ଜଣାପଡିଛି। ତେବେ ଚୋରି ହୋଇଥିବା ଟଙ୍କା ଓ ସାମଗ୍ରୀର ପରିମାଣ ସମ୍ପର୍କରେ ବ୍ୟାଙ୍କ କତ୍ତୃପକ୍ଷ ଏଯାଏଁ କୌଣସି ସୂଚନା ଦେଇନାହାନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ ଆଜି ସକାଳୁ ବ୍ୟାଙ୍କର ପଛପାଖ ଝରକା କଟା ଯାଇଥିବା ଗ୍ରାମବାସୀ ଦେଖି ବ୍ୟାଙ୍କ କତ୍ତୃପକ୍ଷ ଓ ପୋଲିସକୁ ଖବର ଦେଇଥିଲେ। ପରେ ପାଣିକୋଇଲି ପୋଲିସ ସଙ୍ଗେସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଖବର ପାଇ ଯାଜପୁର ରୋଡ ଏସଡିପିଓ ଚିନ୍ମୟ କୁମାର ନାୟକ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ଏହାର ତଦନ୍ତ କରିଛନ୍ତି।