ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

କଠିନରୁ କଠିନ ସଂଘର୍ଷ ହୁଏ ସରଳ- ମାଆ ଜଗଦମ୍ବାଙ୍କ ଦ୍ୱିତୀୟ ରୂପ ମା’ ବ୍ରହ୍ମଚାରିଣୀ

ମାଆ ଜଗଦମ୍ବାଙ୍କ ଦ୍ୱିତୀୟ ରୂପ ହେଉଛନ୍ତି ମା’ ବ୍ରହ୍ମଚାରିଣୀ । ଦୁର୍ଗାପୂଜାର ଦ୍ୱିତୀୟ ଦିନରେ ଦେବୀଙ୍କ ଏହି ଶାନ୍ତରୂପର ପୂଜାର୍ଚ୍ଚନା କରାଯାଏ । ଶାନ୍ତ, ସଂଯମ, ବୈରାଗ୍ୟ, ସଦାଚାର, ଶିଷ୍ଟାଚାର, ତ୍ୟାଗ, ତପ ଓ ବୁଦ୍ଧିର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ବ୍ରହ୍ମଚାରିଣୀ । ମା’ଙ୍କ ଉପାସନା କଲେ ଜୀବନରେ ଆସୁଥିବା କଠିନରୁ କଠିନ ସଂଘର୍ଷ ସରଳ ହୁଏ । ସର୍ବତ୍ର ସିଦ୍ଧି ଓ ବିଜୟ ପ୍ରାପ୍ତି ମିଳିଥାଏ । ମାତା ବ୍ରହ୍ମଚାରିଣୀ ହେଉଛନ୍ତି ପର୍ବତରାଜ ହିମାଳୟ ଓ ମୈନାବତୀଙ୍କ କନ୍ୟା ।

ଦେବର୍ଷି ନାରଦଙ୍କ କଥାରେ ଦେବୀ ମହାଦେବଙ୍କୁ ପତି ରୂପେ ପାଇବା ପାଇଁ ସେ କଠିନ ତପସ୍ୟା କରିଥିଲେ । କଠିନ ତପସ୍ୟା କାରଣରୁ ମା’ଙ୍କ ନାଁ ବ୍ରହ୍ମଚାରିଣୀ ଭାବେ ଖ୍ୟାତ ହେଲା । ଏଠାରେ ବ୍ରହ୍ମଚାରିଣୀର ଅର୍ଥ ତପଚାରିଣୀ । ଦେବୀଙ୍କ ଏହି ଜ୍ୟୋତିର୍ମୟ, ଭବ୍ୟରୂପ ଭକ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିଥାଏ । ଦେବୀ ନିଜ ଡାହାଣ ହସ୍ତରେ ଜପମାଳା ଓ ବାମ ହସ୍ତରେ କମଣ୍ଡଳୁ ଧାରଣ କରିଛନ୍ତି । ଏକହଜାର ବର୍ଷ ପର୍ଯ୍ୟନ୍ତ ଦେବୀ କେବଳ ଫୁଲ, ଫଳ ଖାଇ ଏବଂ ଶହେ ବର୍ଷ ପର୍ଯ୍ୟନ୍ତ କେବଳ ଚଟାଣରେ ବସି ଦେବୀ ଘୋର ତପସ୍ୟାରେ ମଗ୍ନ ଥିଲେ । ପୌରାଣିକ କଥାନୁସାରେ- ଦେବୀ କିଛି ବର୍ଷ ପର୍ଯ୍ୟନ୍ତ ଖୋଲା ଆକାଶ ତଳେ ଖରା ଓ ବର୍ଷାକୁ ସହ୍ୟକରି ତପସ୍ୟା କରିଥିଲେ । ତିନି ହଜାର ବର୍ଷ ପର୍ଯ୍ୟନ୍ତ ଗଛରୁ ତଳେ ପଡ଼ିଥିବା ବେଲପତ୍ର ଖାଇ ବଞ୍ଚିଥିଲେ । ନିର୍ଜ୍ଜଳ ଓ ନିରାହାରରେ ଦେବୀଙ୍କ ଉଜ୍ଜ୍ୱଳ ରୂପ ମଳିନ ପଡ଼ିବାକୁ ଲାଗିଥିଲା । ମା’ଙ୍କ କଠୋର ତପସ୍ୟାରେ ପ୍ରସନ୍ନ ହୋଇ ମହାଦେବ ମା’ ବ୍ରହ୍ମଚାରିଣୀଙ୍କୁ ବିବାହ କରିଥିଲେ ।

ବିଦ୍ୟାର୍ଥୀ ଏବଂ ତପସ୍ୱୀମାନେ ମା’ଙ୍କର ଏହି ରୂପକୁ ପୂଜା କରିବା ଦ୍ୱାରା ଅନେକ ଶୁଭ ଫଳ ପାଇଥାନ୍ତି । ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି । ଏହି ରୂପ ଓ ବେଶରେ ପୂଜା କଲେ ଭକ୍ତ ନିରୋଗ ହୋଇଥାଏ । ସୁସ୍ଥ ଜୀବନ କଟାଇବା ସହ ଆରୋଗ୍ୟ ରହିଥାଏ । ଏହି ଅବସରରେ ମା’ଙ୍କୁ ଶର୍କରା, ଧଳା ମିଷ୍ଟାନ୍ନ, ଫଳ, ମିଶ୍ରି ଆଦି ନୈବେଦ୍ୟ ଅର୍ପଣ କରାଯାଏ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.