PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ କମିଟି ଦ୍ୱିତୀୟ ବୈଠକ, ‘ଅହିଂସା’ ଶବ୍ଦ ସମ୍ବିଧାନ ମୁଖବନ୍ଧରେ ରଖିବା ଦାବି ଦୋହରାଇଲେ ମୁଖ୍ୟମନ୍ତ୍ରୀ

source:www.moneycontrol.com

ଭୁବନେଶ୍ୱର ୧୯/୧୨: ଗୁରୁବାର ରାଷ୍ଟ୍ରପତି ଭବନଠାରେ ଗାନ୍ଧୀଜୀଙ୍କ ୧୫୦ ତମ ଜୟନ୍ତୀ ପାଳନ ନିମନ୍ତେ ଗଠିତ ଜାତୀୟ କମିଟିର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଅହିଂସାକୁ ଶାନ୍ତି ଓ ବିକାଶର ମାର୍ଗ ବୋଲି କହିଛନ୍ତି  । ଦେଶର ବିକାଶ ପାଇଁ ଗାନ୍ଧୀଜୀଙ୍କ ଅହିଂସା ମାର୍ଗକୁ  ଆପଣାଇବା ପାଇଁ ଯୁବସମାଜକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଅହିଂସା ବିଶ୍ୱ ପାଇଁ ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା ବୋଲି ବୈଠକରେ କହିଥିଲେ ମୁଖ୍ୟମନ୍ତ୍ରୀ । ଅହିଂସା ହିଁ ଆମ ସ୍ୱାଧୀନତା ସଂଗ୍ରାମକୁ ବିଶ୍ୱର ସବୁ ସଂଗ୍ରାମ ଠାରୁ ନିଆରା କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାତ୍ମା ଗାନ୍ଧୀଙ୍କ ଅହିଂସା ତତ୍ତ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନୀତି ହେଉଛି ଦାରିଦ୍ର୍ୟ ଓ ସାମାଜିକ ଅବିଚାର ସବୁଠାରୁ ବଡ ହିଂସା । ବିନା ଅହିଂସାରେ ଗରିବୀ ଦୂର କରାଯାଇ ପାରିବ ନାହିଁ ବୋଲି ମତ ଦେଇ ଜାତି, ଧର୍ମ, ବର୍ଣ୍ଣ ଭିତ୍ତିରେ ସମାଜକୁ ବିଭକ୍ତ କରୁଥିବା ଶକ୍ତିର ପରାଜୟରେ ହିଁ ପ୍ରଗତି ହାସଲ କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ସହ ଗାନ୍ଧୀଜୀଙ୍କ ଜୟନ୍ତୀ ଅବସରରେ ଅହିଂସା ଶବ୍ଦ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ ହେଲେ ତାହା ମହାତ୍ମାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।