PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ମଦ୍ୟପ ଯୁବକର ଉନ୍ମତ୍ତ କାଣ୍ଡ, ବାପାକୁ ହତ୍ୟା କରି ନିଜେ କଲା ଆତ୍ମହତ୍ୟା

ନୂଆପଡା, ୨୨|୧୨:   କ୍ରୋଧ ଆଗରେ ବର୍ତ୍ତମାନ ହାର୍ ମାନିବାରେ ଲାଗିଛି ସମ୍ପର୍କ। ନିଜ ଜନ୍ମକଲା ବାପାଙ୍କୁ ମଧ୍ୟ ପୁଅ ହତ୍ୟା କରିବା ଘଟଣା ବାରମ୍ବାର ନଜର ଆସୁଛି। ବେଳେବେଳେ ନିଶାଶକ୍ତ ଅବସ୍ଥାରେ ହିତାହିତ ଜ୍ଞାନ ଭୁଲି ହତ୍ୟା କରିବାକୁ ପଛାଉ ନାହାଁନ୍ତି।  ଏପରି ଏକ ଘଟଣା ଆଜି ନୂଆପଡା ଜିଲ୍ଲାରେ ହଇଚଇ ସୃଷ୍ଟି କରିଛି। ନିଜ ପିତାକୁ ମଦ୍ୟପ ପୁଅ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛି।

ନୂଆପଡା କୋମନା ଥାନା ସୁନାବେଡା ଅଭୟାରଣ୍ୟରେ ଥିବା ଗାତିବେଡା ଗାଁରେ ମଦ୍ୟପ ପୁଅର ଉନ୍ମତ କାଣ୍ଡ ଦେଖିବାକୁ ମିଳିଛି। ସେ ପଥରରେ ଛେଚି ନିଜ ବାପାକୁ ହତ୍ୟା କରିବା ପରେ ନିଜେ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛି । ଆତ୍ମହତ୍ୟା କରିଥିବା ପୁଅ ଦେବ ଚରଣ ମାଝୀ ହୋଇଥିବା ବେଳେ ମୃତ ବାପା ରାମସିଂ ମାଝୀ।

ପୋଲିସ ଘଟଣାସ୍ଥଳରେ ପହଁଚି ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ତେବେ କେଉଁ କାରଣରୁ ଏହା ଘଟିଲା ତାହା ଅସ୍ପଷ୍ଟ ରହିଛି ।